ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ, କଟକ-ଚୌଦ୍ୱାର ବିଧାୟକ ସୌଭିକ୍ ବିଶ୍ୱାଳ, ବସ୍ତା ବିଧାୟିକା ସୁବାସିନୀ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ ଏବଂ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ।
ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ରାଜନୈତିକ ବ୍ୟାପାର କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ବିଧାୟିକା ପ୍ରମିଳା ମଲ୍ଲିକ କହିଛନ୍ତି।
ସେହିପରି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍’କୁ ନ ମାନି ରାଜ୍ୟ ସଭା ନିର୍ବାଚନରେ କ୍ରସ୍ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବନ କରିସାରିଛି।

