Posted inଜାତୀୟ

ବାବ୍ରି ମସଜିଦ୍ ପ୍ରତିଶୋଧ ପାଇଁ ଦିଲ୍ଲୀ ବିସ୍ଫୋରଣ, ଏହି ୬ଟି ସ୍ଥାନରେ ରକ୍ତସଂହାର କରିବାକୁ ହୋଇଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧୩।୧୧: ଦିଲ୍ଲୀର ଐତିହାସିକ ଲାଲକିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ଘଟଣାର ତଦନ୍ତ କରୁଥିବା ଅଧିକାରୀମାନେ ଏକ ବଡ଼ ଧରଣର ଷଡ଼ଯନ୍ତ୍ରର ଖୁଲାସା କରିଛନ୍ତି। ଜୈଶ-ଏ-ମହମ୍ମଦ (JeM) ସହ ଜଡ଼ିତ ସନ୍ଦିଗ୍ଧ ‘ଡାକ୍ତର ମଡ୍ୟୁଲ୍’ ଆସନ୍ତା ଡିସେମ୍ବର ୬ ତାରିଖରେ ରାଷ୍ଟ୍ରୀୟ ରାଜଧାନୀ ଅଞ୍ଚଳ (NCR) ର ୬ରୁ ୭ଟି ସ୍ଥାନରେ ସିରିଜ୍ ବିସ୍ଫୋରଣ କରିବାକୁ ଯୋଜନା କରିଥିଲେ।

ଗିରଫ ହୋଇଥିବା ସନ୍ଦିଗ୍ଧମାନେ ପଚରାଉଚରା ବେଳେ ପ୍ରକାଶ କରିଛନ୍ତି ଯେ, ସେମାନେ ବାବ୍ରି ମସଜିଦ୍ ଭାଙ୍ଗିବାର ବାର୍ଷିକୀ ଦିନ (ଡିସେମ୍ବର ୬, ୧୯୯୨)କୁ ପ୍ରତିଶୋଧ ନେବା ପାଇଁ ଟାର୍ଗେଟ୍ କରିଥିଲେ।

ଗୋଇନ୍ଦା ସୂତ୍ରରୁ ଜଣାପଡ଼ିଛି ଯେ, ଏହି ମଡ୍ୟୁଲ୍‌ ଏକ ପାଞ୍ଚ-ପର୍ଯ୍ୟାୟ ବିଶିଷ୍ଟ ଯୋଜନା ପ୍ରସ୍ତୁତ କରିଥିଲେ। ଜୈଶ-ଏ-ମହମ୍ମଦ ଓ ଅନ୍ସାର୍ ଗଜୱାତ-ଉଲ-ହିନ୍ଦ୍ ସହ ଯୋଡ଼ି ହୋଇ ମଡ୍ୟୁଲ୍ ଗଠନ କରିଥିଲେ। ହରିୟାଣାର ନୂହ ଓ ଗୁରୁଗ୍ରାମରୁ IED ତିଆରି ପାଇଁ କଞ୍ଚାମାଲ ଓ ଗୋଳାବାରୁଦ ସଂଗ୍ରହ କରାଯାଇଥିଲା। ଏଥିରେ ଘାତକ ରାସାୟନିକ IED ତିଆରି କରିବା ଏବଂ ବିସ୍ଫୋରଣ ପାଇଁ ସମ୍ଭାବ୍ୟ ସ୍ଥାନଗୁଡ଼ିକର ରେକି (ଅନୁଧ୍ୟାନ) କରିବା ଏବଂ ସଂଗୃହୀତ ବୋମାକୁ ମଡ୍ୟୁଲ୍ ସଦସ୍ୟମାନଙ୍କ ମଧ୍ୟରେ ବଣ୍ଟନ କରିବା। ଏହାପରେ ଦିଲ୍ଲୀ-NCR ର ୬-୭ଟି ସ୍ଥାନରେ ସମନ୍ୱିତ ବିସ୍ଫୋରଣ କରିବା ଲକ୍ଷ୍ୟ ଥିଲା।

ଫରିଦାବାଦର ଅଲ ଫଲାହ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ କାଶ୍ମୀରୀ ଡାକ୍ତର ଉମର ମହମ୍ମଦ ହିଁ ବିସ୍ଫୋରଣ ହୋଇଥିବା i20 କାର୍ ଚଳାଉଥିଲେ। ତଦନ୍ତକାରୀଙ୍କ ମତରେ, ତାଙ୍କ ସହଯୋଗୀ ଡାକ୍ତର ମୁଜାମ୍ମିଲ ଶେଖ ଓ ଶାହୀନ୍ ସୟୀଦ୍ ଗିରଫ ହେବା ପରେ ଉମର ଭୟଭୀତ ହୋଇ ହତାଶାରେ ଏହି କାର୍ ବିସ୍ଫୋରଣ ଘଟାଇଥିଲେ।

ଏହି ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଥିଲେ। ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଦ୍ୱାରା ଘଟଣାର ଅଧିକ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ସୁନେତ୍ରାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଶରଦ ପାଓ୍ବାର, ସାମ୍ନାକୁ ଆସିଲା ବଡ଼ କାରଣ…

ମୁମ୍ବାଇ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଆଜି ଅର୍ଥାତ୍‌ ଶନିବାର ସୁନେତ୍ରା…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri