Posted inଜାତୀୟ

ବାବ୍ରି ମସଜିଦ୍ ପ୍ରତିଶୋଧ ପାଇଁ ଦିଲ୍ଲୀ ବିସ୍ଫୋରଣ, ଏହି ୬ଟି ସ୍ଥାନରେ ରକ୍ତସଂହାର କରିବାକୁ ହୋଇଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧୩।୧୧: ଦିଲ୍ଲୀର ଐତିହାସିକ ଲାଲକିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ଘଟଣାର ତଦନ୍ତ କରୁଥିବା ଅଧିକାରୀମାନେ ଏକ ବଡ଼ ଧରଣର ଷଡ଼ଯନ୍ତ୍ରର ଖୁଲାସା କରିଛନ୍ତି। ଜୈଶ-ଏ-ମହମ୍ମଦ (JeM) ସହ ଜଡ଼ିତ ସନ୍ଦିଗ୍ଧ ‘ଡାକ୍ତର ମଡ୍ୟୁଲ୍’ ଆସନ୍ତା ଡିସେମ୍ବର ୬ ତାରିଖରେ ରାଷ୍ଟ୍ରୀୟ ରାଜଧାନୀ ଅଞ୍ଚଳ (NCR) ର ୬ରୁ ୭ଟି ସ୍ଥାନରେ ସିରିଜ୍ ବିସ୍ଫୋରଣ କରିବାକୁ ଯୋଜନା କରିଥିଲେ।

ଗିରଫ ହୋଇଥିବା ସନ୍ଦିଗ୍ଧମାନେ ପଚରାଉଚରା ବେଳେ ପ୍ରକାଶ କରିଛନ୍ତି ଯେ, ସେମାନେ ବାବ୍ରି ମସଜିଦ୍ ଭାଙ୍ଗିବାର ବାର୍ଷିକୀ ଦିନ (ଡିସେମ୍ବର ୬, ୧୯୯୨)କୁ ପ୍ରତିଶୋଧ ନେବା ପାଇଁ ଟାର୍ଗେଟ୍ କରିଥିଲେ।

ଗୋଇନ୍ଦା ସୂତ୍ରରୁ ଜଣାପଡ଼ିଛି ଯେ, ଏହି ମଡ୍ୟୁଲ୍‌ ଏକ ପାଞ୍ଚ-ପର୍ଯ୍ୟାୟ ବିଶିଷ୍ଟ ଯୋଜନା ପ୍ରସ୍ତୁତ କରିଥିଲେ। ଜୈଶ-ଏ-ମହମ୍ମଦ ଓ ଅନ୍ସାର୍ ଗଜୱାତ-ଉଲ-ହିନ୍ଦ୍ ସହ ଯୋଡ଼ି ହୋଇ ମଡ୍ୟୁଲ୍ ଗଠନ କରିଥିଲେ। ହରିୟାଣାର ନୂହ ଓ ଗୁରୁଗ୍ରାମରୁ IED ତିଆରି ପାଇଁ କଞ୍ଚାମାଲ ଓ ଗୋଳାବାରୁଦ ସଂଗ୍ରହ କରାଯାଇଥିଲା। ଏଥିରେ ଘାତକ ରାସାୟନିକ IED ତିଆରି କରିବା ଏବଂ ବିସ୍ଫୋରଣ ପାଇଁ ସମ୍ଭାବ୍ୟ ସ୍ଥାନଗୁଡ଼ିକର ରେକି (ଅନୁଧ୍ୟାନ) କରିବା ଏବଂ ସଂଗୃହୀତ ବୋମାକୁ ମଡ୍ୟୁଲ୍ ସଦସ୍ୟମାନଙ୍କ ମଧ୍ୟରେ ବଣ୍ଟନ କରିବା। ଏହାପରେ ଦିଲ୍ଲୀ-NCR ର ୬-୭ଟି ସ୍ଥାନରେ ସମନ୍ୱିତ ବିସ୍ଫୋରଣ କରିବା ଲକ୍ଷ୍ୟ ଥିଲା।

ଫରିଦାବାଦର ଅଲ ଫଲାହ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ କାଶ୍ମୀରୀ ଡାକ୍ତର ଉମର ମହମ୍ମଦ ହିଁ ବିସ୍ଫୋରଣ ହୋଇଥିବା i20 କାର୍ ଚଳାଉଥିଲେ। ତଦନ୍ତକାରୀଙ୍କ ମତରେ, ତାଙ୍କ ସହଯୋଗୀ ଡାକ୍ତର ମୁଜାମ୍ମିଲ ଶେଖ ଓ ଶାହୀନ୍ ସୟୀଦ୍ ଗିରଫ ହେବା ପରେ ଉମର ଭୟଭୀତ ହୋଇ ହତାଶାରେ ଏହି କାର୍ ବିସ୍ଫୋରଣ ଘଟାଇଥିଲେ।

ଏହି ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଥିଲେ। ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଦ୍ୱାରା ଘଟଣାର ଅଧିକ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri