ମାଲକାନଗିରି ଜିଲାର ୬ ବ୍ଲକ ଡେଙ୍ଗୁ କବଳିତ

ମାଲକାନଗିରି, ୧୭।୮(ସ୍ବ.ପ୍ର.): ମାଲକାନଗିରି ଜିଲ୍ଲାରେ ଗତ କିଛି ମାସ ଧରି କ୍ରମାଗତ ଭାବେ ଡେଙ୍ଗୁ ରୋଗୀ ଚିହ୍ନଟ ହେବାରେ ଲାଗିଛି। ଜିଲାର ୬ଟି ବ୍ଲକରେ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି। ଡେଙ୍ଗୁ ନିମନ୍ତେ ଚିତ୍ରକୋଣ୍ଡା ଓ ବାଲିମେଳା ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ ଚାଲିଥିବା ବେଳେ ମାଲକାନଗିରି ପୌରାଞ୍ଚଳରେ ଏନେଇ କୌଣସି କାର୍ଯ୍ୟକ୍ରମ ହେଉନାହିଁ। ମାଲକାନଗିରି ପୌର ପରିଷଦ ଅଞ୍ଚଳରେ ୨୩ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ବ୍ଲକର ଗ୍ରାମାଞ୍ଚଳରେ ୨ଜଣ, ଚିତ୍ରକୋଣ୍ଡା ସଦର ମହକୁମାରେ ୬୩ ଜଣ, ଗ୍ରାମାଞ୍ଚଳରେ ୧୦ ଜଣ, ବାଲିମେଳା ବିଜ୍ଞାପିତ ପରିଷଦ ଅଞ୍ଚଳରେ ୧୭ ଜଣ, ପାଣ୍ଡ୍ରିପାଣି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୩ ଜଣ, କୋରୁକୋଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୧୧ଜଣ, କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୫ ଜଣ, ମାଥିଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୨ ଜଣ, କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୭ ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇ ଚିକିତ୍ସିତ ହେଉଛନ୍ତିା ବର୍ତମାନ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ୩ଜଣ ଡେଙ୍ଗୁ ଆକ୍ରାନ୍ତ ରୋଗୀ ଚିକିତ୍ସିତ ହେଉଛନ୍ତିା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବତ୍ତର୍ର୍ମାନ ସୁଦ୍ଧା ୧୬୨୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ଏ ସମ୍ପର୍କରେ ମଶାବାହିତ ରୋଗ ଉପ ନିର୍ଦେଶକ ଡଃ ଧନେଶ୍ୱର ମହାପାତ୍ରଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ପ୍ରତ୍ୟେକ ଅଞ୍ଚଳରେ ସ୍ବତନ୍ତ୍ର ମେଡିକାଲ ଟିମ କାମ କରୁଛନ୍ତି। ଆଶା ଓ ଅଙ୍ଗନବାଡି କର୍ମୀ ଏବଂ ମିଶନ ଶକ୍ତି ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ମଧ୍ୟ ଏଥିରେ ନିୟୋଜିତ କରାଯାଇଛି। ସମସ୍ତେ ପ୍ରତ୍ୟେକ ଘରକୁ ଘର ବୁଲି ଲୋକଙ୍କୁ ସଚେତନ କରୁଛନ୍ତି। ଆମ ରାଜ୍ୟ ଅପେକ୍ଷା ବାହାର ରାଜ୍ୟ ତେଲେଙ୍ଗାଣା ଓ ହାଇଦ୍ରାବାଦ, ତାମିଲନାଡୁ ଓ ବେଙ୍ଗୁଲୁରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଅଧିକ ରହିଛି ବୋଲି ମହାପାତ୍ର କହିଥିଲେ। ଏହି ଅଂଚଳରେ ଜାତାୟତ କରୁଥିବା ଲୋକମାନେ ମଧ୍ୟ ଏ ସମ୍ପର୍କରେ ସଚେତନ ହୋଇ ସୱୟଂ ଧ୍ୟାନ ରଖିବା ଉଚିତ କାରଣ ଡେଙ୍ଗୁ ଆକ୍ରାନ୍ତ ରୋଗୀ ନିଜେ ସଚେତନ ନ ହେଲେ ଏଥିରୁ ର କ୍ଷା ପାଇବା କଷ୍ଟକର ବୋଲି ସେ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri