କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର କିଛି ବ୍ୟକ୍ତି ସେଗୁଡିକୁ ନେଇ ଗାଁ ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ରଖିଛନ୍ତି। କୌଣସି ଦୁର୍ବୃତ୍ତ ଆଖପାଖ ଗାଁ ର କୌଣସି ଶୈବପୀଠ ରୁ ଚୋରି କରିବା ପରେ ସେଗୁଡ଼ିକୁ ଏକ ଜରି ଅଖାରେ ଆଣି କେନାଲ ରେ ଫୋପାଡି ଦେଇଥିବା ଗ୍ରାମବାସୀ ସନ୍ଦେହ କରିଛନ୍ତି।

ସାଧାରଣତଃ ଶ୍ରଦ୍ଧାଳୁମାନେ ଶୈବପୀଠରେ ନାଗ ବସାଇବା ପାଇଁ ମାନସିକ କରିଥାନ୍ତି। ସେମାନଙ୍କ ମନୋସ୍କାମନା ପୂରଣ ପରେ ଶ୍ରଦ୍ଧାଳୁମାନେ ଗାଁର ଶୈବପୀଠ ମାନଙ୍କରେ ଅଭିଷେକ ପୂଜାର୍ଚ୍ଚନା ପରେ ଦେବତାଙ୍କ ନିକଟରେ ପିତ୍ତଳ ଓ ତମ୍ବା ନିର୍ମିତ ନାଗ ସ୍ଥାପନ କରିଥାନ୍ତି ବୋଲି କିଛି ପଣ୍ଡିତ ମତ ଦେଇଛନ୍ତି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଲାଗି ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ଆମେରିକା ନିକଟରେ ୭ଟି ସର୍ତ୍ତ ରଖିଲା ଇରାନ: ‘ଏଗୁଡ଼ିକ ପୂରଣ ହେଲେ, ଖୋଲିବ ରାସ୍ତା’

ତେହରାନ,୧।୧୧: ଇରାନ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଶେଷ ହେବାର କୌଣସି ଲକ୍ଷଣ ଦେଖାଯାଉନାହିଁ ଏବଂ ଉଭୟ ଦେଶ ମଧ୍ୟରେ ଉତ୍ତେଜନା କମିବାର ମଧ୍ୟ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

‘ପ୍ରତିବାଦ କରନ୍ତୁ, କିଛି କିଣାକିଣି ମଧ୍ୟ କରନ୍ତୁ, ରାଲି ପୂର୍ବରୁ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ନେତୃତ୍ୱାଧୀନ ‘ଇଣ୍ଡିଆ’ (INDIA) ମେଣ୍ଟ ଦିଲ୍ଲୀର ରାମଲୀଳା ମୈଦାନରେ ଏକ ସମାବେଶ ଆୟୋଜନ କରିବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ ସମସ୍ତ…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍‌ ଦିବସ

ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍‌ ଦିବସ’।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?