Posted inଜାତୀୟ

୬ ମୁଖ୍ୟମନ୍ତ୍ରୀ ଯୋଗାଇ ଦେଉଛନ୍ତି ଫଣ୍ଡିଂ, ପିକେଙ୍କ ବିବାଦୀୟ ମନ୍ତବ୍ୟ…

ପାଟନା,୨୭।୧୦ : ଜନ ସୁରାଜ ଯାତ୍ରାରେ ଥିବା ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର (ପିକେ)କ୍ରମାଗତ ଭାବରେ ବିବାଦୀୟ ମନ୍ତବ୍ୟ ଦେବା ଜାରି ରଖିଛନ୍ତି। ଏହାକୁ ନେଇ ବିହାରର ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ପ୍ରଶାନ୍ତ କିଶୋର ଗତ୨୫ ଦିନ ଧରି ଜନ ସୁରାଜ ଯାତ୍ରାରେ ଅଛନ୍ତି। ଅକ୍ଟୋବର ୨ ରେ, ପ୍ରଶାନ୍ତ କିଶୋର ଏହି ଯାତ୍ରା ଆରମ୍ଭ କରିଥିଲେ । ସେ ଯାତ୍ରା ରାଜ୍ୟର ସମସ୍ତ ପଞ୍ଚାୟତ ପରିଦର୍ଶନ କରୁଛନ୍ତି।

ଏହି ଯାତ୍ରାରେ ଖର୍ଚ୍ଚ ହେଉଥିବା ଟଙ୍କା କିଏ ଦେଉଛନ୍ତି ବୋଲି ଏକ ପ୍ରଶ୍ନର ଉତ୍ତରରେ ପିକେ ଯେଉଁ ମନ୍ତବ୍ୟ ଦେଇଛନ୍ତି ତାହାକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ସେ କହିଛନ୍ତି ଯେ ଜନ ସୁରରଜ ଯାତ୍ରାରେ ଦେଶର ୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ତାଙ୍କୁ ସାହାଯ୍ୟ କରୁଛନ୍ତି। ସେମାନେ ଏଥିପାଇଁ ଆବଶ୍ୟକ ଫଣ୍ଡିଂ ଯୋଗାଇ ଦେଉଛନ୍ତି।

ପ୍ରଶାନ୍ତ କିଶୋର କହିଛନ୍ତି ଯେ ସେ କୌଣସି ବଡ ଷ୍ଟେଜ, ବଡ ରାଲି କିମ୍ବା ହେଲିକପ୍ଟରରେ ଖର୍ଚ୍ଚ କରୁନାହାଁନ୍ତି। କିନ୍ତୁ ସେ ଯେଉଁ ସିଷ୍ଟମରେ ଏହା ଚଳାଉଛନ୍ତି ସେଥିରେ କିଛି ଖର୍ଚ୍ଚ ମଧ୍ୟ କରାଯାଉଛି। ଏଥିପାଇଁ ଦେଶର ୬ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ତାଙ୍କୁ ସାହାଯ୍ୟ କରୁଛନ୍ତି। ପ୍ରଶାନ୍ତ କିଶୋର କହିଛନ୍ତି ଯେ ଏହି ଟଙ୍କା ମାତା ସରସ୍ବତୀ ପ୍ରଦାନ କରୁଛନ୍ତି। ସେ କହିଛନ୍ତି ମୁଁ ୧୦ ବର୍ଷ ଧରି କାମ କରୁଛି। ଏହି ସମୟ ମଧ୍ୟରେ ମୁଁ ୧୧ ଟି ନିର୍ବାଚନରେ କାର୍ଯ୍ୟ କରଛି। ଏପରି ୬ ଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି ଯେଉଁମାନଙ୍କ ପାଇଁ ମୁଁ କାମ କରିଥିଲି। ମୋ ସହଯୋଗରେ ସେମାନେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏବେ ସେମାନେ ମତେ ଫଣ୍ଡିଂ କରୁଛନ୍ତି।

ପିକେ କହିଛନ୍ତି ଯେ ସେ କେବେବି କାହାଠାରୁ ଟଙ୍କା ମାଗିନାହାନ୍ତି। ଆଜି ଯେତେବେଳେ ସେ ବିହାରର ଜନ ସୁରାଜ ଯାତ୍ରାରେ ବାହାରିଛନ୍ତି, ସେତେବେଳେ ସେହି ମୁଖ୍ୟମନ୍ତ୍ରୀମାନେ ସହାୟତାର ହାତ ବଢ଼ାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri