Posted inଖେଳ

ଗୋଟିଏ ଓଭରରେ ଲଗାତର ୬ ଛକା, ଯୁବରାଜଙ୍କ ଭଳି କାରନାମା କରି ଚର୍ଚ୍ଚାରେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟର ଆଗାମୀ ପିଢ଼ିର ବ୍ୟାଟ୍ସମ୍ୟାନ୍‌ ଆକ୍ରାମକ ଶୈଳୀରେ ବ୍ୟାଟିଂ କରୁଥିବା ଦେଖାଯାଉଛି। ନିକଟରେ ଟେଷ୍ଟ କ୍ରିକେଟରେ ଯୁବ ଓପନର ଯଶସ୍ବୀ ଜୟସ୍ବାଲ ଏବଂ ସରଫରାଜ ଖାନ୍‌ଙ୍କ ଭଳି ବ୍ୟାଟର୍‌ ଜବରଦସ୍ତ ବ୍ୟାଟିଂ ପ୍ରଦର୍ଶନ କରିଛନ୍ତି। ସେହିଭଳି ଘରୋଇ କ୍ରିକେଟରେ ମଧ୍ୟ ଯୁବ ବ୍ୟାଟ୍ସମ୍ୟାନ୍‌ ବଡ଼ ଫର୍ମାଟରେ ଭଲ ଖେଳିବାକୁ ଚେଷ୍ଟା କରୁଛନ୍ତି। କିଛି ଏଭଳି ଆନ୍ଧ୍ରପ୍ରଦେଶ ବ୍ୟାଟ୍ସମ୍ୟାନ୍‌ ବମ୍‌ଶୀ କୃଷ୍ଣା କରିଦେଖାଇଛନ୍ତି। ସେ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂହଙ୍କ ଷ୍ଟାଇଲ୍‌ରେ ଗୋଟିଏ ଓଭରରେ ଲଗାତର ୬ ଛକା ମାରି ଚର୍ଚ୍ଚାକୁ ଆସିଛନ୍ତି।
ସିକେ ନାଇଡୁ ଟ୍ରଫିରେ ଆନ୍ଧ୍ରପ୍ରଦେଶ ଏବଂ ରେଲଓ୍ବେ ମଧ୍ୟରେ ମୁକାବିଲା ଖେଳାଯାଇଥିଲା। ଟେଷ୍ଟ କ୍ରିକେଟ ଫର୍ମାଟ ବିଶିଷ୍ଟ ଏହି ଟୁର୍ନାମେଣ୍ଟରେ ଆନ୍ଧ୍ରପ୍ରଦେଶର ଓପନିଂ ବ୍ୟାଟ୍ସମ୍ୟାନ୍‌ କୃଷ୍ଣା ଟି୨୦ ଭଳି ବିସ୍ଫୋରକ ବ୍ୟାଟିଂ କରିଥିଲେ। ଏହି ଡାହାଣ ହାତୀ ବ୍ୟାଟ୍ସମ୍ୟାନ୍‌ ରେଲଓ୍ବେ ଟିମ୍‌ର ବୋଲର୍‌ଙ୍କୁ ଘାଇଲା କରି ପ୍ରଥମ ଇନିଂସରେ ଶତକ ମାରିଥିଲେ। ଏଥିରେ ୧୦ ଛକା ରହିଥିଲା, ଯେଉଁଥିରୁ ୬ ଛକା ଗୋଟିଏ ଓଭରରେ ଆସିଥିଲା।
ରେଲଓ୍ବେ ଟିମ୍‌ର ଲେଗ୍‌ ସ୍ପିନର ଦମନଦୀପ ସିଂହଙ୍କ ବୋଲିଂ ବେଳେ କୃଷ୍ଣା ଏଭଳି ପ୍ରଦର୍ଶନ କରିଥିଲେ। ସେ ତାଙ୍କର ପ୍ରତିଟି ବଲ୍‌ରେ ଛକା ମାରିଥିଲେ। ଏହି ବିସ୍ଫୋରକ ଓଭର ଯୋଗୁ କୃଷ୍ଣା ମାତ୍ର ୬୪ ବଲ୍‌ରେ ୧୧୦ ରନ୍‌ର ଚମତ୍କାର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?