Posted inଜାତୀୟ

୬ କୋଟି କର୍ମଚାରୀଙ୍କୁ ବଡ଼ ଝଟ୍‌କା, ଇପିଏଫ୍‌ ସୁଧ ହାର କହିଲା…

ନୂଆଦିଲ୍ଲୀ, ୧୨।୩ : ଇପିଏଫ୍‌ ଆକାଉଣ୍ଟ ଧାରକମାନଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଇପିଏଫ୍‌ ପାଇଁ ଜମା ହେଉଥିବା ଟଙ୍କା ଉପରେ ମିଳୁଥିବା ସୁଧ ହାର ହ୍ରାସ ପାଇଛି। ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ, ଇପିଏଫ୍‌ଓରେ ଜମା ହୋଇଥିବା ପାଣ୍ଠି ଉପରେ ପ୍ରାପ୍ତ ସୁଧ ଗତ ୪୦ ବର୍ଷ ମଧ୍ୟରେ ସର୍ବନିମ୍ନ ହୋଇଛି। ଇପିଏଫ୍‌ଓର ବୈଠକରେ ସୁଧ ହାର ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଏହା ୮.୫ ପ୍ରତିଶତ ଥିଲା।

ଏବେ ଏହା ୮.୧ ପ୍ରତିଶତକୁ ହ୍ରାସ ପାଇଛି। ଗତ ୨୦୨୦-୨୧ ଆର୍ଥିକ ବର୍ଷରେ ସୁଧ ହାର ୮.୫ ପ୍ରତିଶତରେ ସ୍ଥିର ରହିଥିଲା। କିନ୍ତୁ ଶନିବାର ଦିନ ଏହାକୁ ସଂଶୋଧନ କରାଯାଇ ୮.୧ ପ୍ରତିଶତ କରାଯାଇଛି।

ଏହା ଦ୍ୱାରା ଦେଶର ପ୍ରାୟ ୬ କୋଟି କର୍ମଚାରୀଙ୍କୁ ବଡ଼ ଝଟ୍‌କା ଲାଗିଛି। କର୍ମଚାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଏବଂ ବିବିଧ ପ୍ରୋଭିଜନ୍ସ ଆକ୍ଟ, ୧୯୫୨ ଅନୁଯାୟୀ ପ୍ରୋଭିଡେଣ୍ଟ ପାଣ୍ଠି ସଞ୍ଚୟ ବାଧ୍ୟତାମୂଳକ। ଶ୍ରମ ମନ୍ତ୍ରଣାଳୟ ସୂତ୍ରରୁ ପ୍ରକାଶ ଯେ ୧୯୭୭-୭୮ପରଠାରୁ ଏହା ସର୍ବନିମ୍ନ ହାର ଥିଲା ଯେତେବେଳେ ଏହା ୮ ପ୍ରତିଶତ ଥିଲା।

କର୍ମଚାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେସନ (ଇପିଏଫ୍‌ଓ) ର ପ୍ରାୟ ଛଅ କୋଟି ଗ୍ରାହକ ଅଛନ୍ତି। ଗୁଆହାଟୀରେ ଅନୁଷ୍ଠିତ ଇପିଏଫଓର କେନ୍ଦ୍ରୀୟ ଟ୍ରଷ୍ଟି ବୋର୍ଡର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୋର୍ଡର ସୁପାରିଶ ଖୁବ ଶୀଘ୍ର ଅର୍ଥ ମନ୍ତ୍ରଣାଳୟକୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri