Posted inଜାତୀୟ

୬ କୋଟି କର୍ମଚାରୀଙ୍କୁ ବଡ଼ ଝଟ୍‌କା, ଇପିଏଫ୍‌ ସୁଧ ହାର କହିଲା…

ନୂଆଦିଲ୍ଲୀ, ୧୨।୩ : ଇପିଏଫ୍‌ ଆକାଉଣ୍ଟ ଧାରକମାନଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଇପିଏଫ୍‌ ପାଇଁ ଜମା ହେଉଥିବା ଟଙ୍କା ଉପରେ ମିଳୁଥିବା ସୁଧ ହାର ହ୍ରାସ ପାଇଛି। ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ, ଇପିଏଫ୍‌ଓରେ ଜମା ହୋଇଥିବା ପାଣ୍ଠି ଉପରେ ପ୍ରାପ୍ତ ସୁଧ ଗତ ୪୦ ବର୍ଷ ମଧ୍ୟରେ ସର୍ବନିମ୍ନ ହୋଇଛି। ଇପିଏଫ୍‌ଓର ବୈଠକରେ ସୁଧ ହାର ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଏହା ୮.୫ ପ୍ରତିଶତ ଥିଲା।

ଏବେ ଏହା ୮.୧ ପ୍ରତିଶତକୁ ହ୍ରାସ ପାଇଛି। ଗତ ୨୦୨୦-୨୧ ଆର୍ଥିକ ବର୍ଷରେ ସୁଧ ହାର ୮.୫ ପ୍ରତିଶତରେ ସ୍ଥିର ରହିଥିଲା। କିନ୍ତୁ ଶନିବାର ଦିନ ଏହାକୁ ସଂଶୋଧନ କରାଯାଇ ୮.୧ ପ୍ରତିଶତ କରାଯାଇଛି।

ଏହା ଦ୍ୱାରା ଦେଶର ପ୍ରାୟ ୬ କୋଟି କର୍ମଚାରୀଙ୍କୁ ବଡ଼ ଝଟ୍‌କା ଲାଗିଛି। କର୍ମଚାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଏବଂ ବିବିଧ ପ୍ରୋଭିଜନ୍ସ ଆକ୍ଟ, ୧୯୫୨ ଅନୁଯାୟୀ ପ୍ରୋଭିଡେଣ୍ଟ ପାଣ୍ଠି ସଞ୍ଚୟ ବାଧ୍ୟତାମୂଳକ। ଶ୍ରମ ମନ୍ତ୍ରଣାଳୟ ସୂତ୍ରରୁ ପ୍ରକାଶ ଯେ ୧୯୭୭-୭୮ପରଠାରୁ ଏହା ସର୍ବନିମ୍ନ ହାର ଥିଲା ଯେତେବେଳେ ଏହା ୮ ପ୍ରତିଶତ ଥିଲା।

କର୍ମଚାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେସନ (ଇପିଏଫ୍‌ଓ) ର ପ୍ରାୟ ଛଅ କୋଟି ଗ୍ରାହକ ଅଛନ୍ତି। ଗୁଆହାଟୀରେ ଅନୁଷ୍ଠିତ ଇପିଏଫଓର କେନ୍ଦ୍ରୀୟ ଟ୍ରଷ୍ଟି ବୋର୍ଡର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୋର୍ଡର ସୁପାରିଶ ଖୁବ ଶୀଘ୍ର ଅର୍ଥ ମନ୍ତ୍ରଣାଳୟକୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri