୨୫୭ ପ୍ରକଳ୍ପ ପାଇଁ ୬ କୋଟିର ପ୍ରସ୍ତାବ ଅନୁମୋଦନ

ସୋନପୁର,୧୧।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିର ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଜିଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ଜଙ୍ଗଲ, ପରିବେଶ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ବୈଠକରେ ଅଧ୍ୟକ୍ଷତା କରିଥିଲେ । ୨୦୨୧-୨୨ ଆର୍ଥତ୍କ ବର୍ଷରେ ବିଜୁ କେବିକେ ଯୋଜନାରେ ୩ କୋଟି ଟଙ୍କାର ୧୨୩ଟି ପ୍ରକଳ୍ପ ଓ ୨୦୨୨-୨୩ ଆର୍ଥତ୍କ ବର୍ଷରେ ବିଜୁ କେବିକେ ଯୋଜନାରେ ୩ କୋଟି ଟଙ୍କାର ୧୩୪ଟି ପ୍ରକଳ୍ପ ପାଇଁ ପ୍ରସ୍ତାବ ଅନୁମୋଦନ ହୋଇଥିଲା । ଗତ ଦୁଇଟି ଆର୍ଥିକ ବର୍ଷରେ ବିଜୁ କେବିକେ ଯୋଜନାରେ ଜିଲାର ମୋଟ ୬ କୋଟି ଟଙ୍କାର ୨୫୭ଟି ପ୍ରକଳ୍ପ ପାଇଁ ବୈଠକରେ ପ୍ରସ୍ତାବ ଅନୁମୋଦନ ହୋଇଥିଲା । ପ୍ରତି ବ୍ଲକକୁ ସମାନ ଭାବେ ୫୦ ଲକ୍ଷ ଟଙ୍କାର ପ୍ରକଳ୍ପ ଦିଆଯାଇଛି । ସେହିପରି କୃଷି, ଉଦ୍ୟାନ କୃଷି, ମୃର୍ତ୍ତିକା ସଂରକ୍ଷଣ, ପ୍ରାଣୀ ସମ୍ପଦ, ମତ୍ସ୍ୟ, ଗ୍ରାମ୍ୟ ଉନ୍ନୟନ, ଜଳସେଚନ ଓ ବନ୍ୟା ନିୟନ୍ତ୍ରଣ, ଶକ୍ତି, ପରିବହନ ଏବଂ ସାମାଜିକ ସେବା ପାଇଁ ୨୦୨୨-୨୩ ଆର୍ଥିକ ବର୍ଷରେ ୨ହଜାର ୩୧୫କୋଟି ୪୨ଲକ୍ଷ ୩୪ ହଜାର ଟଙ୍କାର ଜିଲା ଯୋଜନା ବାର୍ଷିକ ଅଟକଳ ଅନୁମୋଦିତ ହୋଇଥିଲା । କରୋନା ମହାମାରୀ ପାଇଁ ଅନୁମୋଦନ ହୋଇ ପାରି ନ ଥିବା ୨୦୨୦-୨୧ ଆର୍ଥିକ ବର୍ଷରେ ୨ହଜାର ୫୭କୋଟି ୫ଲକ୍ଷ ୫୧ହଜାର ଟଙ୍କାର ଜିଲା ଯୋଜନା ବାର୍ଷିକ ଅଟକଳ ଓ ୨୦୨୧-୨୨ ଆର୍ଥିକ ବର୍ଷରେ ୨ହଜାର ୧୮୮କୋଟି ୮୯ଲକ୍ଷ ୭୬ହଜାର ଟଙ୍କାର ଜିଲା ଯୋଜନା ବାର୍ଷିକ ଅଟକଳ ଅନୁମୋଦିତ ହୋଇଥିଲା । ଏହି ବୈଠକରେ ଅର୍ଥ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗଦେଇ ଜିଲାର ବାର୍ଷିକ ଯୋଜନା ଓ ଏହାର ସଫଳ ରୂପାୟନ ସମ୍ପର୍କରେ ଆଲୋଚନା କରିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ତଥା ଜିଲା ଯୋଜନା କମିଟି ସଭ୍ୟ ସୁପାର ଠେଲା, ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ, ଜିଲା ପରିଷଦ ଉପାଧ୍ୟକ୍ଷ ତଥା କମିଟି ସଭ୍ୟ ଝସକେତନ ବଘାର, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଜିଲା ପରିଷଦ ନିହାର ରଞ୍ଜନ କହଁର, ଜିଲା ପରିଷଦ ସଭ୍ୟ ତଥା ଜିଲା ଯୋଜନା କମିଟି ସଭ୍ୟ ବଶିଷ୍ଟ ଭରାସାଗର, ଚନ୍ଦ୍ରକାନ୍ତି ଦନ୍ତା, ମଞ୍ଜୁଶ୍ରୀ ମାଝୀ, ଗଣେଷ ଚନ୍ଦ୍ର ଭୋଇ, ମଧୁସୂଦନ ଓତା, ଅଞ୍ଜଳି କମ୍ପ, ଶକୁନ୍ତଳା ପୃଷ୍ଟି ଓ ବିଜୟଲକ୍ଷ୍ମୀ ତରାଇ, ବନଖଣ୍ଡ ଅଧିକାରୀ ମଦନଲାଲ ଶର୍ମା, ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଇଂ ଦାମୋଦର କୈବର୍ତ୍ତ, ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଦୈତ୍ୟ ନାରାୟଣ ପାଢୀ, ଜିଲା ମୁଖ୍ୟ କୃଷି ଅଧିକାରୀ ନାରାୟଣ ଚନ୍ଦ୍ର ସେଠୀ, ତେଲ ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ ଇଂ ଜିତେନ୍ଦ୍ର ପାଢୀ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ ଇଂ ନରେନ ରେଡ୍ଡି ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?