୬ ଦିନ ପରେ ପୋଲିସ ହାତରେ ଲାଗିଛି ପ୍ରମାଣ

ଛତ୍ରପୁର,୨୮ା୪(ଡି.ଏନ୍‌.ଏ): ଛତ୍ରପୁର ଥାନା ହଂସପୁର ଗାଁର ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡାଙ୍କୁ ହତ୍ୟା ଘଟଣାର ୬ ଦିନ ପରେ ବି ପୋଲିସ କାହାରିକୁ ଗିରଫ କରିପାରି ନାହିଁ। ଗତ ୨୨ ତାରିଖ ରାତିରେ କୃଷ୍ଣଚନ୍ଦ୍ରଙ୍କୁ ହତ୍ୟା କରାଯାଇଥିଲା। ୩ ଦିନ ପର୍ଯ୍ୟନ୍ତ ପୋଲିସର ନିଷ୍କ୍ରିୟତା ଓ ଅଟକ ଥିବା ଅଭିଯୁକ୍ତଙ୍କ ମଧ୍ୟରୁ ପୋଲିସ ଜଣଙ୍କୁ ଛାଡ଼ି ଦେବାରୁ ଗତ ସୋମବାର କୃଷ୍ଣଚନ୍ଦ୍ରଙ୍କ ଭାବୀ ସ୍ତ୍ରୀ ଆରତୀ ପ୍ରଧାନ ବିଷ ପିଇ ଆମତ୍ହତ୍ୟା କରିଥିଲେ। ଏହା ପରେ ବି ପୋଲିସ କିଛି କାର୍ଯ୍ୟାନୁଷ୍ଠାନ ନେଇ ନ ଥିବାରୁ ଗାଁର ଶତାଧିକ ମହିଳା ଓ ପୁରୁଷ ପୋଲିସ ଅଟକ ରଖିଥିବା ବ୍ୟକ୍ତି ଓ ତାଙ୍କର ସମ୍ପର୍କୀୟଙ୍କ ଘର, ଦୋକାନ, ଗାଡି ଭଙ୍ଗାରୁଜା କରିବା ସହ ବିଭିନ୍ନ ଜିନିଷ ଲୁଟିନେଇଥିବା ଅଭିଯୋଗ ହୋଇଛି । ଏହା ସତ୍ତ୍ୱେ ଗାଁରେ ପୋଲିସ ଗାଁରେ ପହଞ୍ଚିପାରି ନାହିଁ।

ସୋମବାର ଆନ୍ଦୋଳନକାରୀ ଉତ୍ତ୍ୟକ୍ତ ହୋଇ ପୋଲିସ ଉପରକୁ ଆକ୍ରମଣ କରିଥିଲେ। ଏନେଇ ଗାଁରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି ା ଅନ୍ୟପକ୍ଷେ ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ ଛତ୍ରପୁର ଥାନାକୁ ଆସି ପୋଲିସ ଅଧିକାରୀମାନଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରଛନ୍ତି। ଆଲୋଚନା ବେଳେ ଏସ୍‌ପି ବ୍ରିଜେଶ କୁମାର ରଏ, ଅତିରିକ୍ତ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ, ଥାନା ଆଇଆଇସି ସତ୍ୟ ରଞ୍ଜନ ପ୍ରଧାନ ଉପସ୍ଥିତ ଥିଲେ। ଏହି ମାମଲାରେ କିଛି ବ୍ୟକ୍ତି ଅଟକ ଅଛନ୍ତି, ପୋଲିସ ଘଟଣାର ପ୍ରମାଣ ପାଇଛି। ଏହି ସମ୍ପର୍କରେ ପୋଲିସ ଅଧିକାରୀମାନଙ୍କ ସହ ଆଲୋଚନା କରିଥିବା ଆଇଜି ଭୋଇ ଗଣମାଧ୍ୟକୁ ସୂଚନା ଦେଇଛନ୍ତି। ଗାଁରେ ଉତ୍ତେଜନାପୂର୍ଣ୍ଣ ସ୍ଥିତି ରହିଛି ଏବଂ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଇଜି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri