୬ ଦିନ ଝଡ଼ବର୍ଷା; ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦।୫(ଅନୁରାଧା ମହାରଣା)- ରାଜ୍ୟର ଅଧାରୁ ଅଧିକ ଜିଲାରେ କାଳ ବୈଶାଖୀ ପ୍ରଭାବରେ ତାତିରୁ ଆଶ୍ୱସ୍ତି ମିଳିଛି। ୩ଟି ସହରକୁ ବାଦଦେଲେ ସମଗ୍ର ଓଡ଼ିଶାରେ ତାପମାତ୍ରା ଗୁରୁବାର ୪୦ ଡିଗ୍ରୀ ସେଲସିୟସ୍‌ ତଳକୁ ରହିଥିଲା। ଏହାସହ କୋରାପୁଟରେ ୨୬.୨ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ତାଳଚେରରେ ୧୩.୦ ମିମି, ଝାରସୁଗୁଡ଼ାରେ ୧୧.୪ ଓ ଖୋର୍ଦ୍ଧା ଜିଲାରେ ୧୧.୦ ମିମି ବର୍ଷା ରେକର୍ଡ ହୋଇଛି। ଏହା ବ୍ୟତୀତ ଆଭ୍ୟନ୍ତରୀଣ ଓଡ଼ିଶାର ଏକାଧିକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆସନ୍ତା ୬ ଦିନ ପର୍ଯ୍ୟନ୍ତର ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ବର୍ଷା ନେଇ ଆଞ୍ଚଳିକ ପାଣିିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ୬ଦିନ ତାପମାତ୍ରା ୨୪ ଡିଗ୍ରୀ ସେଲସିୟସରୁ ୩୬ ଡ଼ିଗ୍ରୀ ସେଲସିୟସ୍‌ ମଧ୍ୟରେ ରହିବ ବୋଲି ପୂର୍ବାନୁମାନ କରାଯାଇଛି।
ଶୁକ୍ରବାର ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନ ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହୋଇପାରେ । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ରୁୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଯାଜପୁର ଓ କେନ୍ଦ୍ରାପଡ଼ା ଜିଲାର କିଛି ସ୍ଥାନରେ ତୀବ୍ର ବେଗରେ ପବନ ବହିବା ସହ ଘଡ଼ଘଡ଼ି ବିଜୁଳିର ଆଶଙ୍କା କରାଯାଉଛି। କଟକ ଜଗତସିଂହପୁର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢ଼େଙ୍କାନାଳ, ଅନୁଗୋଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧାମାଳ, କଳାହାଣ୍ଡି, ନବରଙ୍ଗପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବୌଦ୍ଧ ଆଦି ଜଇଳାରେ ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ଘଣ୍‌ଟାପ୍ରତି ବେଗରେ ପବନ ବହିବା ସହ ଘଡ଼ଘଡ଼ି ବିଜୁଳିର ଭୟ ରହିଛି। ଏହି ସମସ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରୀ କରାଯାଇଛି। ଆସନ୍ତା ୧୫ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝଡ଼ବର୍ଷା ଲାଗିରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri