Odisha Elections 2024

୬ ଦିନ ଝଡ଼ବର୍ଷା; ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦।୫(ଅନୁରାଧା ମହାରଣା)- ରାଜ୍ୟର ଅଧାରୁ ଅଧିକ ଜିଲାରେ କାଳ ବୈଶାଖୀ ପ୍ରଭାବରେ ତାତିରୁ ଆଶ୍ୱସ୍ତି ମିଳିଛି। ୩ଟି ସହରକୁ ବାଦଦେଲେ ସମଗ୍ର ଓଡ଼ିଶାରେ ତାପମାତ୍ରା ଗୁରୁବାର ୪୦ ଡିଗ୍ରୀ ସେଲସିୟସ୍‌ ତଳକୁ ରହିଥିଲା। ଏହାସହ କୋରାପୁଟରେ ୨୬.୨ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ତାଳଚେରରେ ୧୩.୦ ମିମି, ଝାରସୁଗୁଡ଼ାରେ ୧୧.୪ ଓ ଖୋର୍ଦ୍ଧା ଜିଲାରେ ୧୧.୦ ମିମି ବର୍ଷା ରେକର୍ଡ ହୋଇଛି। ଏହା ବ୍ୟତୀତ ଆଭ୍ୟନ୍ତରୀଣ ଓଡ଼ିଶାର ଏକାଧିକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆସନ୍ତା ୬ ଦିନ ପର୍ଯ୍ୟନ୍ତର ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ବର୍ଷା ନେଇ ଆଞ୍ଚଳିକ ପାଣିିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ୬ଦିନ ତାପମାତ୍ରା ୨୪ ଡିଗ୍ରୀ ସେଲସିୟସରୁ ୩୬ ଡ଼ିଗ୍ରୀ ସେଲସିୟସ୍‌ ମଧ୍ୟରେ ରହିବ ବୋଲି ପୂର୍ବାନୁମାନ କରାଯାଇଛି।
ଶୁକ୍ରବାର ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନ ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହୋଇପାରେ । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ରୁୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଯାଜପୁର ଓ କେନ୍ଦ୍ରାପଡ଼ା ଜିଲାର କିଛି ସ୍ଥାନରେ ତୀବ୍ର ବେଗରେ ପବନ ବହିବା ସହ ଘଡ଼ଘଡ଼ି ବିଜୁଳିର ଆଶଙ୍କା କରାଯାଉଛି। କଟକ ଜଗତସିଂହପୁର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢ଼େଙ୍କାନାଳ, ଅନୁଗୋଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧାମାଳ, କଳାହାଣ୍ଡି, ନବରଙ୍ଗପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବୌଦ୍ଧ ଆଦି ଜଇଳାରେ ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ଘଣ୍‌ଟାପ୍ରତି ବେଗରେ ପବନ ବହିବା ସହ ଘଡ଼ଘଡ଼ି ବିଜୁଳିର ଭୟ ରହିଛି। ଏହି ସମସ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରୀ କରାଯାଇଛି। ଆସନ୍ତା ୧୫ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝଡ଼ବର୍ଷା ଲାଗିରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଭକ୍ତ ଜଗନ୍ନାଥ: ସମ୍ବିତ ପାତ୍ରଙ୍କ ବୟାନକୁ ନିନ୍ଦା କଲେ ନବୀନ, ଟୁଇଟ୍‌ କରି କହିଲେ ଏମିତି…

ଭୁବନେଶ୍ୱର,୨୦।୫: ସମ୍ବିତ ପାତ୍ରଙ୍କ ବିବୃତ୍ତିକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମଗ୍ର ବିଶ୍ୱର ଠାକୁର...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଓଡ଼ିଶାରେ ଜଣେ ମାଫିଆ ଅଛନ୍ତି, କାହାକୁ ଏମିତି ମାଫିଆ କହିଲେ ମୋଦି, ଜାଣନ୍ତୁ…

ଅନୁଗୋଳ,୨୦।୫: ଅନୁଗୋଳରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଓଡ଼ିଶାର ଗରିବୀ ଦେଖିଲେ ମୋ ଛାତିରେ ବହୁତ କଷ୍ଟ ହେଉଛି। ସମୃଦ୍ଧ ଓ...

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

ମର୍ମନ୍ତୁଦ ଦୁର୍ଘଟଣା: ମା’, ବାପାଙ୍କ ସହ ୨ ସନ୍ତାନ ମୃତ

ଢେଙ୍କାନାଳ,୨୦।୫: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧୀନ ପିଙ୍ଗୁଆ ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କ ମୃତ୍ୟୁ...

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri