ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ମୃତ; ୪ ଲକ୍ଷ ଟଙ୍କା ଅନୁକମ୍ପାମୁଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୮: ଆଜି ରାଜ୍ୟର ୫ଟି ଜିଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ କେନ୍ଦ୍ରାପଡ଼ା ଜିଲ୍ଲାରେ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।

ସୂଚନାଯୋଗ୍ୟ ଯେ ଗତକାଲି ବଜ୍ରପାତରେ ୯ ଜଣଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହିତ ସହାୟତା ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri