ବାତ୍ୟା ମିଲ୍‌ଟନରେ ୬ ମୃତ

ଓ୍ବାଶିଂଟନ, ୧୧।୧୦: ବାତ୍ୟା ମିଲ୍‌ଟନ ବୁଧବାର ଆମେରିକାର ଫ୍ଲୋରିଡା ରାଜ୍ୟର ପଶ୍ଚିମ ଉପକୂଳବର୍ତ୍ତୀ ସହର ସିଏଷ୍ଟା କି’ରେ ଲ୍ୟାଣ୍ଡଫଲ୍‌ କରିଛି। ଲ୍ୟାଣ୍ଡଫଲ ବେଳେ ପବନର ସର୍ବାଧିକ ତୀବ୍ରତା ୧୫୫ ମାଇଲ ପ୍ରତି ଘଣ୍ଟା ଥିବା ନେଇ ଆମେରିକାର ଜାତୀୟ ପାଣିପାଗ ସୂଚନା ଦେଇଛି। ଟାମ୍ପା, ସର୍‌ସୋଟା, ଫୋର୍ଟ ମାୟର୍ସ ଆଦି ଫ୍ଲୋରିଡାର ବହୁ ଜନବହୁଳ ଅଞ୍ଚଳ ଏହି ବାତ୍ୟାରେ ସର୍ବାଧିକ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ନେଇ ଆମେରିକାର ଜାତୀୟ ବାତ୍ୟା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବାତ୍ୟାର ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତକ ଫ୍ଲୋରିଡାର ହୋଇଥିବା ରାଜ୍ୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ପ୍ରାୟ ୧.୧ କୋଟି ଲୋକ ବନ୍ୟା ବିପଦ ମଧ୍ୟରେ ରହିଛନ୍ତି। ବାତ୍ୟାରେ ବହୁ ବିଜୁଳି ଖୁଣ୍ଟି ଉପୁଡ଼ି ପଡ଼ିଥିବାରୁ ଫ୍ଲୋରିଡାର ୩୩ ଲକ୍ଷରୁ ଅଧିକ ଲୋକ ବିଜୁଳି ସେବାରୁ ବଞ୍ଚିତ ହୋଇଛନ୍ତି। ବାତ୍ୟା ମିଲ୍‌ଟନ ନେଇ ଗୁରୁବାର ରାଷ୍ଟ୍ରପତି ଜୋ ବାଇଡେନ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିବା ସହ ପ୍ରଭାବିତ ଅଞ୍ଚଳରେ ହଜାରରୁ ଅଧିକ କୋଷ୍ଟ ଗାର୍ଡଙ୍କ ସମେତ ଅନେକ ହଜାର ସଂଖ୍ୟାରେ ରେସ୍କ୍ୟୁ ଟିମ୍‌କୁ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜନ କରିଛନ୍ତି। ବାତ୍ୟା ମିଲ୍‌ଟନ ପ୍ରଭାବରେ ଫ୍ଲୋରିଡା, ନର୍ଥ କାରୋଲିନା, ଟେନେସି ରାଜ୍ୟର କେତେକ ସ୍ଥାନରେ ଇଣ୍ଟରନେଟ ସେବା ବ୍ୟାହତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri