ଥରୁଛି କନ୍ଧମାଳ, ଫୁଲବାଣୀରେ ୬ ଡିଗ୍ରୀ

ଫୁଲବାଣୀ ଅଫିସ,୫।୨: କିଛି ଦିନର ବ୍ୟବଧାନ ପରେ ପୁଣି କନ୍ଧମାଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଜିଲାର ଫୁଲବାଣୀରେ ରବିବାର ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀରେ ପହଞ୍ଚିଛି। ଗତ ୨ ଦିନ ହେଲା ତାପମାତ୍ରା ୫.୫ ଡିଗ୍ରୀ ରହିଥିଲା। ହଠତ୍‌ ପାରଦ ଖସିବା ଯୋଗୁ ଅଞ୍ଚଳରେ ଅସହ୍ୟ ଶୀତ ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତାପମାତ୍ରା ଖସିବା ଯୋଗୁ ଲୋକେ ଜଳବାୟୁ ସହିତ ଖାପ ଖୁଆଇବା ମୁସ୍କିଲ୍‌ ହୋଇପଡିଛି। ଏପରି କି ଦିନତମାମ ଶୀତ ଲହରି ଜାରି ରହିଛି। ବାହାରକୁ ଗଲେ ଗୋଡ଼, ମୁହଁ, ହାତ ପୋଡିଲା ଭଳି ଲାଗୁଛି । ଶୀତ ଯୋଗୁ ଲୋକେ ଦିନ ୧୦ଟା ପରେ ଘରୁ ବାହାରକୁ ବାହାରୁଛନ୍ତି। ରବିବାର ସକାଳେ ଫୁଲବାଣୀ ସହରର କେତେକ ସ୍ଥାନରେ ଗାଡ଼ିର କାଚ ଉପରେ ବରଫ ଆସ୍ତରଣ ଜମି ରହିଥିବା ଦେଖିବାକୁ ମିଳିଥିଲା। ତଥାପି ଲୋକେ ଶୀତର ମଜା ଉଠାଉଛନ୍ତି। ଗତ କିଛିଦିନ ହେବ ଶୀତ ଏକପ୍ରକାର ଗାଏବ ହୋଇଯାଇଥିଲା। ପାଗ ମେଘୁଆ ଥିବା ଯୋଗୁ ଏପରି ହେଉଥିବା ଅନୁମାନ କରାଯାଉଥିଲା।
ପୁଣୀ ଶୀତ ଫେରିବ ବୋଲି ଲୋକେ ଯେଉଁ ଆଶା କରୁଥିଲେ ତାହା ସତ ହୋଇଛି। ଖରା ହେଉଥିଲେ ମଧ୍ୟ ଶୀତବସ୍ତ୍ର ବିନା ବାହାରକୁ ବାହାରି ହେଉନାହିଁ। ଆଗାମୀ ଦିନରେ ଆହୁରି ତାପମାତ୍ରା ଖସିବା ସହ ଥଣ୍ଡା ବଢିବା ନେଇ ପ୍ରାକ୍‌ ଆକଳନ କରାଯାଉଛି। ଶୀତରୁ ରକ୍ଷା ପାଇବା ପାଇଁ ଲୋକେ ନିଆଁର ଆଶ୍ରୟ ନେଉଛନ୍ତି। ଏପରି କି ଲୋକେ ଦେହକୁ ଫିଟ୍‌ ରଖିବା ପାଇଁ ସକାଳୁ ମର୍ନିଂୱାକ କରୁଛନ୍ତି। ଜିଲାର ବାଲିଗୁଡ଼ା, ତୁମୁଡ଼ିବନ୍ଧ, କୋଟଗଡ଼, ବେଲଘର, ଜି.ଉଦୟଗିରି, ରାଇକିଆ ଆଦି ଅଞ୍ଚଳରେ ପାରଦ ଖସିବା ଫଳରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri