ଥରୁଛି କନ୍ଧମାଳ, ଫୁଲବାଣୀରେ ୬ ଡିଗ୍ରୀ

ଫୁଲବାଣୀ ଅଫିସ,୫।୨: କିଛି ଦିନର ବ୍ୟବଧାନ ପରେ ପୁଣି କନ୍ଧମାଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଜିଲାର ଫୁଲବାଣୀରେ ରବିବାର ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀରେ ପହଞ୍ଚିଛି। ଗତ ୨ ଦିନ ହେଲା ତାପମାତ୍ରା ୫.୫ ଡିଗ୍ରୀ ରହିଥିଲା। ହଠତ୍‌ ପାରଦ ଖସିବା ଯୋଗୁ ଅଞ୍ଚଳରେ ଅସହ୍ୟ ଶୀତ ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତାପମାତ୍ରା ଖସିବା ଯୋଗୁ ଲୋକେ ଜଳବାୟୁ ସହିତ ଖାପ ଖୁଆଇବା ମୁସ୍କିଲ୍‌ ହୋଇପଡିଛି। ଏପରି କି ଦିନତମାମ ଶୀତ ଲହରି ଜାରି ରହିଛି। ବାହାରକୁ ଗଲେ ଗୋଡ଼, ମୁହଁ, ହାତ ପୋଡିଲା ଭଳି ଲାଗୁଛି । ଶୀତ ଯୋଗୁ ଲୋକେ ଦିନ ୧୦ଟା ପରେ ଘରୁ ବାହାରକୁ ବାହାରୁଛନ୍ତି। ରବିବାର ସକାଳେ ଫୁଲବାଣୀ ସହରର କେତେକ ସ୍ଥାନରେ ଗାଡ଼ିର କାଚ ଉପରେ ବରଫ ଆସ୍ତରଣ ଜମି ରହିଥିବା ଦେଖିବାକୁ ମିଳିଥିଲା। ତଥାପି ଲୋକେ ଶୀତର ମଜା ଉଠାଉଛନ୍ତି। ଗତ କିଛିଦିନ ହେବ ଶୀତ ଏକପ୍ରକାର ଗାଏବ ହୋଇଯାଇଥିଲା। ପାଗ ମେଘୁଆ ଥିବା ଯୋଗୁ ଏପରି ହେଉଥିବା ଅନୁମାନ କରାଯାଉଥିଲା।
ପୁଣୀ ଶୀତ ଫେରିବ ବୋଲି ଲୋକେ ଯେଉଁ ଆଶା କରୁଥିଲେ ତାହା ସତ ହୋଇଛି। ଖରା ହେଉଥିଲେ ମଧ୍ୟ ଶୀତବସ୍ତ୍ର ବିନା ବାହାରକୁ ବାହାରି ହେଉନାହିଁ। ଆଗାମୀ ଦିନରେ ଆହୁରି ତାପମାତ୍ରା ଖସିବା ସହ ଥଣ୍ଡା ବଢିବା ନେଇ ପ୍ରାକ୍‌ ଆକଳନ କରାଯାଉଛି। ଶୀତରୁ ରକ୍ଷା ପାଇବା ପାଇଁ ଲୋକେ ନିଆଁର ଆଶ୍ରୟ ନେଉଛନ୍ତି। ଏପରି କି ଲୋକେ ଦେହକୁ ଫିଟ୍‌ ରଖିବା ପାଇଁ ସକାଳୁ ମର୍ନିଂୱାକ କରୁଛନ୍ତି। ଜିଲାର ବାଲିଗୁଡ଼ା, ତୁମୁଡ଼ିବନ୍ଧ, କୋଟଗଡ଼, ବେଲଘର, ଜି.ଉଦୟଗିରି, ରାଇକିଆ ଆଦି ଅଞ୍ଚଳରେ ପାରଦ ଖସିବା ଫଳରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri