ବିଷ ଦେଇ ୬ କୁକୁରଙ୍କୁ ହତ୍ୟା

ଭୁବନେଶ୍ୱର,୪ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି। ମୈତ୍ରୀ ବିହାର ଥାନା ଅନ୍ତର୍ଗତ ସିଅନ ଶ୍ରମିକ ବସ୍ତିରେ ଖାଦ୍ୟରେ ବିଷ ଦିଆଯାଇ ୬ କୁକୁରଙ୍କୁ ହତ୍ୟା କରାଯାଇଛି। ଏଥିମଧ୍ୟରେ ୩ ଛୁଆ ଥିବାବେଳେ ୩ ମା’ କୁକୁର ଅଛନ୍ତି। ଏଥିସହ ଆଉଏକ ମାଈ କୁକୁର ମଧ୍ୟ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। କଥା କହିପାରୁ ନ ଥିବା ଏହି ବିଶ୍ୱସ୍ତ ପ୍ରାଣୀ କୁକୁରଙ୍କ ଉପରେ ମଣିଷର ଏପରି ନିଷ୍ଠୁରତାକୁ ନେଇ ପ୍ରାଣୀପ୍ରେମୀମାନେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏନେଇ ପିପୁଲ ଫର୍‌ ଆନିମାଲ ସଂସ୍ଥାର ପ୍ରତିଷ୍ଠାତା ଜୀବନ ବଲ୍ଲଭ ଦାସ ଥାନାରେ ଏତଲା ଦେଇଛନ୍ତି। ପୋଲିସ ତାଙ୍କ ଏତଲାକୁ ଭିତ୍ତି କରି ଏକ ମାମଲା (ନଂ.୯୮/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଥାନାଧିକାରିଣୀ ପ୍ରିୟଦର୍ଶିନୀ ନନ୍ଦ କହିଛନ୍ତି, କୁକୁରମାନଙ୍କୁ କେହି ଖାଦ୍ୟରେ ବିଷ ଦେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଓଡ଼ିଶା କୃଷି ଓ ବୈଷୟିକ ବିଦ୍ୟାଳୟ(ଓୟୁଏଟି)ରେ ୬ ମୃତ କୁକୁରଙ୍କ ବ୍ୟବଚ୍ଛେଦ କରାଯାଇଛି। ଏହାର ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ। ତେବେ ଘଟଣା ସଂକ୍ରାନ୍ତରେ ସ୍ଥାନୀୟ ଅଞ୍ଚଳରେ ପଚରାଉଚରା କରାଯିବା ସହ ବ୍ୟବଚ୍ଛେଦ ରିପୋର୍ଟ ଆଧାରରେ ତଦନ୍ତ ଆଗକୁ ବଢ଼ିବ ବୋଲି ସେ କହିଛନ୍ତି।
ସ୍ଥାନୀୟ ଲୋକଙ୍କ ସୂଚନା ଅନୁଯାୟୀ, ରବିବାର ରାତି ପ୍ରାୟ ୧୨ଟାବେଳେ ମା’ କୁକୁରମାନେ କେଉଁଠୁ ମାଂସ ପୁଣ୍ଟିକୁ ଖାଇ ଆସି ବାନ୍ତି କରି ସେମାନଙ୍କ ଛୁଆକୁ ଦେଇଥିଲେ। ଏହାପରେ ଛୁଆ କୁକୁର ତାହାକୁ ଖାଇଥିଲେ। କିଛି ସମୟ ମଧ୍ୟରେ ଗୋଟିକ ପରେ ଗୋଟିଏ କୁକୁର ଓ ଛୁଆ ଛଟପଟ ହୋଇ ମରିଯାଇଥିଲେ। ଏଭଳି ନୃଶଂସ ତଥା ଅମାନୁଷିକ କାର୍ଯ୍ୟ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସ୍ଥାନୀୟ ବାସିନ୍ଦା ଓ ଅଭିଯୋଗକାରୀ ଜୀବନ ବଲ୍ଲଭ ଦାସ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri