୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ ପରେ ଆସୁଛି ବର୍ଷା ଦିନ। ଏଭଳି ସ୍ଥଳେ ଠିକାଦାରମାନଙ୍କ ଦ୍ୱାରା ନିର୍ମାଣ ଚାଲିଥିବା ୬ଟି ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ ହୋଇପଡ଼ିଛି। ଏଥିପାଇଁ ଜିଲା ପ୍ରଶାସନ ଏବଂ ଠିକାଦାରମାନଙ୍କ ଅବହେଳାକୁ ଦାୟୀ କରାଯାଉଛି। ଏଭଳିସ୍ଥଳେ ଯାଜପୁର ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ନିର୍ମାଣ ଦାୟିତ୍ୱରେ ଥିବା ୨ଜଣ ପ୍ରଥମ ଶ୍ରେଣୀ ଠିକାଦାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ଜିଲାରେ ଜୁନ୍‌ ୧ରେ ନିର୍ବାଚନ ହେବାକୁ ଯାଉଛି। ଇତିମଧ୍ୟରେ କାଳବୈଶାଖୀ ପ୍ରଭାବରେ ବଡ଼ଧରଣର ଝଡ଼ବର୍ଷା ହେଲେ ଲୋକେ ଗୁରୁତର ଭାବେ ପ୍ରଭାବିତ ହେବା ଆଶଙ୍କା ରହିଛି। ତେଣୁ ଏହା ନିର୍ବାଚନ ଫଳାଫଳକୁ ପ୍ରଭାବିତ କରିପାରେ ବୋଲି ଚର୍ଚ୍ଚା ହେଉଛି।
ଜିଲାରେ ଗତ ୨୫ ବର୍ଷରେ ନିୟମିତ ବ୍ୟବଧାନରେ ୬ଟି ବଡ଼ ବନ୍ୟା ଲୋକଙ୍କ ମେରୁଦଣ୍ଡକୁ ଦୋହଳାଇ ଦେଇଛି। ବନ୍ୟା ସମୟରେ ବିପନ୍ନମାନେ ଘରଦ୍ୱାର ଛାଡ଼ି ବନ୍ଧହିଡ଼ରେ ଆଶ୍ରୟ ନେଉଥିବା ଦେଖିବାକୁ ମିଳିଥାଏ। ତେଣୁ ବନ୍ୟା ସମୟରେ ଦୁର୍ଗତମାନଙ୍କୁ ସୁରକ୍ଷିତ ଭାବେ ଥଇଥାନ କରିବାକୁ ବହୁ କୋଟି ଟଙ୍କା ଖର୍ଚ୍ଚ କରାଯାଇ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ କରାଯାଉଛି। କିନ୍ତୁ ଠିକାଦାରମାନଙ୍କ ଆନ୍ତରିକତାର ଅଭାବ ଏବଂ ଲାଭଖୋର ମନୋବୃତ୍ତି ଯୋଗୁ ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ ହେଉନାହିଁ। ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ୨୦୨୦-୨୧ରେ ଯମୁନା ହାଇସ୍କୁଲ ପରିସରରେ ଏବଂ ରସୁଲପୁର ହରିଜନ ସାହିରେ ୩୦୦୦ ବର୍ଗଫୁଟ ବିଶିଷ୍ଟ ୨ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ଠିକାଦାର ନିରାକାର ସାମଲଙ୍କ ସହିତ ଚୁକ୍ତି ହୋଇଥିଲା। ଏହି ପ୍ରକଳ୍ପ ୨୯ା୬ା୨୦୨୧ରେ ଆରମ୍ଭ ହୋଇ ୨୮ା୯ା୨୦୨୨ରେ ସମ୍ପୂର୍ଣ୍ଣ କରିବାକୁ ଧାର୍ଯ୍ୟ କରାଯାଇଥିଲା। ହେଲେ ଏହାର ୩୪ ମାସ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ଉକ୍ତ ପ୍ରକଳ୍ପଦ୍ୱୟ ଅଧାପନ୍ତରିଆ ହୋଇ ପଡ଼ିରହିଛି। ସେହିପରି ବିସିଜେ ହାଇସ୍କୁଲ ପରିସରରେ ଠିକାଦାର ହରେକୃଷ୍ଣ ଧଳଙ୍କ ଦ୍ୱାରା ନିର୍ମାଣାଧୀନ ବନ୍ୟା ଆଶ୍ରୟସ୍ଥଳ ୨୮ା୫ା୨୦୨୨ ସୁଦ୍ଧା ଶେଷ ହେବାକୁ ଧାର୍ଯ୍ୟ ହୋଇଥିଲା। ଏହା ମଧ୍ୟ ସମ୍ପୂର୍ଣ୍ଣ ହୋଇପାରିଲା ନାହିଁ। ଜୟଚଣ୍ଡୀ ହାଇସ୍କୁଲ ପରିସରରେ ନିର୍ମାଣାଧୀନ ବନ୍ୟା ଆଶ୍ରୟସ୍ଥଳ ଭୂଇଁରୁ ଉଠି ପାରିନାହିଁ। ଏହି ପ୍ରକଳ୍ପ ୨୯ା୬ା୨୦୨୧ରେ ଆରମ୍ଭ ହୋଇ ୨୮ା୫ା୨୦୨୨ରେ ସାରିବାକୁ ଧାର୍ଯ୍ୟ ହୋଇଛି। ଅନୁରୂପ ଭାବେ ଶ୍ରୀବନ୍ତ ହାଇସ୍କୁଲ ଏବଂ କେ.ସି. ହାଇସ୍କୁଲ ପରିସରରେ ନିର୍ମାଣାଧୀନ ବନ୍ୟା ଆଶ୍ରୟସ୍ଥଳର ଧାର୍ଯ୍ୟ ସମୟସୀମାକୁ ୩୩ ମାସ ଅତିକ୍ରାନ୍ତ ହୋଇସାରିଥିଲେ ହେଁ ସେଗୁଡିକ ଅଧାପନ୍ତରିଆ ହୋଇରହିଛି। ସଂପୃକ୍ତ ଠିକାଦାର ଏବଂ ଦାୟିତ୍ୱରେ ଥିବା ଯନ୍ତ୍ରୀଙ୍କ ଖାମଖିଆଲ ମନୋଭାବ ଯୋଗୁ ଉପରୋକ୍ତ ପ୍ରକଳ୍ପଗୁଡ଼ିକ ଚଳିତବର୍ଷ ସମ୍ଭାବ୍ୟ ବନ୍ୟାଦାଉରୁ ଲୋକଙ୍କୁ ସୁରକ୍ଷା ଦେଇପାରିବ ନାହିଁ ବୋଲି ମତପ୍ରକାଶ ପାଇଛି। ତେବେ ଠିକାଦାରମାନଙ୍କୁ ଯାଜପୁର ଗ୍ରାମ୍ୟ ନିର୍ମାଣ ବିଭାଜନ ପକ୍ଷରୁ କେବଳ କାରଣଦର୍ଶାଅ ନୋଟିସ ଜାରି କରି ନିଜର ଦାୟିତ୍ୱ ସମ୍ପାଦନ କରାଯାଉଥିବା ଅଭିଯୋଗ ହେଉଛି।
ବନ୍ୟା ନିୟନ୍ତ୍ରଣ ପାଇଁ ସମନ୍ବିତ ନଦୀ ପରିଚାଳନା ଯୋଜନା, ବ୍ୟାରେଜ ନିର୍ମାଣ ସରକାରୀ ପ୍ରତିଶ୍ରୁତିରେ ଅଟକିଛି। ବୈତରଣୀ ନଦୀର ଦକ୍ଷିଣ ପାର୍ଶ୍ୱ ଏବଂ ବ୍ରାହ୍ମଣୀ, ଖରସ୍ରୋତା ଓ ବୁଢ଼ା ନଦୀର ବାମପାର୍ଶ୍ୱ, ବିରୂପା ନଦୀର ଦକ୍ଷିଣପାର୍ଶ୍ୱରେ ସମୁଦାୟ ପ୍ରାୟ ୨୧୦ କି.ମି. ବନ୍ଧ ଓ ଅପରପାର୍ଶ୍ୱରେ ୧୮୦ କି.ମି. ବନ୍ଧ ନିର୍ମାଣ ହୋଇଛି। କିନ୍ତୁ ଏହି ନଦୀବନ୍ଧଗୁଡ଼ିକରେ ଯେଭଳି ଘାଇ ନ ହେବ, ସେଥିପ୍ରତି ସ୍ଥାୟୀ ପ୍ରତିକାର ହୋଇ ପାରିଲା ନାହିଁ। ୨୦୨୦ ଅଗଷ୍ଟରେ ଶେଷଥର ପାଇଁ ଏକ ବଡ଼ ଧରଣର ବନ୍ୟା ଆସିଥିଲା। ଏହି ବନ୍ୟାରେ ଜିଲାରେ ୨୫ଟି ଛୋଟବଡ଼ ଘାଇ ସୃଷ୍ଟି ହୋଇଥିଲା। ଏଥିରେ ପ୍ରାୟ ୧୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲାବେଳେ ୧୨ ଜଣ ଲୋକଙ୍କ ଜୀବନ ଯାଇଥିଲା। ସେହି ସମୟରେ ଆବଶ୍ୟକ ବନ୍ୟା ଆଶ୍ରୟସ୍ଥଳ ଅଭାବରୁ ବହୁ ପରିବାର ବନ୍ଧହିଡ଼ରେ ବିପଦସଙ୍କୁଳ ଅବସ୍ଥାରେ ଜୀବନ ଅତିବାହିତ କରିଥିବା ଦେଖିବାକୁ ମିଳିଥିଲା। ଏହିକ୍ରମରେ ସରକାର ବନ୍ୟା ବିତ୍ପାତ ଅଞ୍ଚଳରେ ଆଶ୍ରୟସ୍ଥଳ ନିର୍ମାଣ ଉପରେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri