ଜୁଆଆଡ୍ଡାରେ ଚଢ଼ାଉ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲେ ୬ ଜୁଆଡ଼ି

ବଡ଼ବିଲ,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟ ପାର୍କିଂ ଏରିଆରେ ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚଢ଼ାଉ କରି ୬ ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ନଗଦ ୧ଲକ୍ଷ ୭ହଜାର ୭ଶହ ଟଙ୍କା,୪ଟି ମୋବାଇଲ ଓ ୨ ତାସ୍‌ ସେଟ୍‌ ଜବତ କରିଥିବା ଜଣାପଡ଼ିଛି। ଏଥିସହିତ ଅଭିଯୁକ୍ତମାନଙ୍କୁ ସରକାରୀ କ୍ବାରାଣ୍ଟାଇନ୍‌ ସେଣ୍ଟରକୁ ପଠାଯାଇଥିବା ନେଇ ସୂଚନା ଦେଇଛି ପୋଲିସ।
ମିଳିଥିବା ସୂଚନା ଅନୁଯାୟୀ, ଗିରଫ ଅଭିଯୁକ୍ତମାନେ ହେଲେ ବଡ଼ବିଲ ଥାନା କାଶିଆ(ଖ) ଗ୍ରାମ ବୁରୁ ହଟିଂ ଅଞ୍ଚଳର ଶ୍ୟାମ ସୁନ୍ଦର ମୁଣ୍ଡା ଓ ପ୍ରଦୀପ ଓରାମ, କାଶିଆ(ଖ) ଗ୍ରାମର ଉମେଶ ଚନ୍ଦ୍ର ପଲେଇ, ଭଦ୍ରାସାହି ଅଞ୍ଚଳର ରୟା ମୁଣ୍ଡା, ରୁଗୁଡ଼ି ଥାନା ଗୁଆଲି ବସ୍ତି ଅଞ୍ଚଳର ପ୍ରକାଶ ପଲେଇ ଏଂ ରୁଗୁଡ଼ି ଥାନା ଗୁଆଲିସ୍ଥିତ ନୂଆଗାଁ ମାର୍କେଟ ଅଞ୍ଚଳରେ ରହୁଥିବା ତପନ କୁମାର ବାରିକ। ଏ ନେଇ ବଡ଼ବିଲ ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତମାନଙ୍କୁ ବଡ଼ବିଲ ପିଏଚ୍‌ ଇଣ୍ଡୋର ଷ୍ଟାଡିୟମ ସରକାରୀ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଇଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କର କରୋନା ପରୀକ୍ଷା ନିମନ୍ତେ ସ୍ବାବ୍‌ ସଂଗ୍ରହ କରାଯିବ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri