୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍‌ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ଏଥିରେ ୬ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଘଟଣାରୁ ପ୍ରକାଶ, କାୟାଉର ଥାନା ମେଟା ଜଙ୍ଗଲରେ ମାଓବାଦୀମାନେ ମେଳି ହୋଇ ଏକ ବଡ଼ଧରଣର ଅଘଟଣ ଘଟାଇବା ପାଇଁ ବୈଠକ କରୁଥିବା ଗୁଇନ୍ଦା ସୂତ୍ରରୁ ଆନ୍ଧ୍ରର ଗ୍ରେହାଉଣ୍ଡ ଖବର ପାଇଥିଲେ। ତୁରନ୍ତ ସେହି ଅଞ୍ଚଳକୁ ଯାଇ ତଲାସି ଅପରେଶନ ଜାରି ରଖିଥିବା ବେଳେ ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ। ଗ୍ରେହାଉଣ୍ଡ ଯବାନମାନେ ପାଲଟା ଆକ୍ରମଣ କରି ଜୋରଦାର କରିଥିବାରୁ ମାଓବାଦୀମାନେ ସେଠାରୁ ଛତ୍ରଭଙ୍ଗ ଦେଇଥିଲେ। ପରେ ଗ୍ରେହାଉଣ୍ଡ ଯବାନମାନେ ସେହି ଅଞ୍ଚଳରେ ତଲାସି କରିବା ସମୟରେ ୬ ଜଣ ମାଓବାଦୀଙ୍କ ମୃତଦେହ ଜବତ କରିବା ସହ ଅନେକ ମାଓବାଦୀ ସାମଗ୍ରୀ ଜବତ କରିଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଡାକ୍ତର ଅଶୋକ, ରଣଧର ସହ ଅନ୍ୟ ୪ ମାଓବାଦୀଙ୍କ ସମେତ ମୋଟ ୬ଜଣଙ୍କ ମୃତ୍ୟୁ ଘଟିଛି। ଏବେ ମଧ୍ୟ ସେହି ଅଞ୍ଚଳରେ ଯବାନମାନଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି। ପୋଲିସ ଘଟଣାସ୍ଥଳରୁ ମାଓବାଦୀ ସାମଗ୍ରୀ ସହ କିଛି ବିସ୍ଫୋରକ ସାମଗ୍ରୀ ଜବତ୍‌ କରିଥିବା ସୂଚନା ମିଳିଛି। ତେବେ ମାଓବାଦୀଙ୍କ ମୃତଦେହ ଏବଂ ଜବତ୍‌ ହୋଇଥିବା ସାମଗ୍ରୀ ପୋଲିସ ହେଡ୍‌କ୍ୱାର୍ଟରକୁ ଆଣିବା ପରେ ସବିଶେଷ ତଥ୍ୟ ଜଣାଇ ଦିଆଯିବ ବୋଲି ଆନ୍ଧ୍ର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ର୍ନିବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri