୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍‌ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ଏଥିରେ ୬ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଘଟଣାରୁ ପ୍ରକାଶ, କାୟାଉର ଥାନା ମେଟା ଜଙ୍ଗଲରେ ମାଓବାଦୀମାନେ ମେଳି ହୋଇ ଏକ ବଡ଼ଧରଣର ଅଘଟଣ ଘଟାଇବା ପାଇଁ ବୈଠକ କରୁଥିବା ଗୁଇନ୍ଦା ସୂତ୍ରରୁ ଆନ୍ଧ୍ରର ଗ୍ରେହାଉଣ୍ଡ ଖବର ପାଇଥିଲେ। ତୁରନ୍ତ ସେହି ଅଞ୍ଚଳକୁ ଯାଇ ତଲାସି ଅପରେଶନ ଜାରି ରଖିଥିବା ବେଳେ ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ। ଗ୍ରେହାଉଣ୍ଡ ଯବାନମାନେ ପାଲଟା ଆକ୍ରମଣ କରି ଜୋରଦାର କରିଥିବାରୁ ମାଓବାଦୀମାନେ ସେଠାରୁ ଛତ୍ରଭଙ୍ଗ ଦେଇଥିଲେ। ପରେ ଗ୍ରେହାଉଣ୍ଡ ଯବାନମାନେ ସେହି ଅଞ୍ଚଳରେ ତଲାସି କରିବା ସମୟରେ ୬ ଜଣ ମାଓବାଦୀଙ୍କ ମୃତଦେହ ଜବତ କରିବା ସହ ଅନେକ ମାଓବାଦୀ ସାମଗ୍ରୀ ଜବତ କରିଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଡାକ୍ତର ଅଶୋକ, ରଣଧର ସହ ଅନ୍ୟ ୪ ମାଓବାଦୀଙ୍କ ସମେତ ମୋଟ ୬ଜଣଙ୍କ ମୃତ୍ୟୁ ଘଟିଛି। ଏବେ ମଧ୍ୟ ସେହି ଅଞ୍ଚଳରେ ଯବାନମାନଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି। ପୋଲିସ ଘଟଣାସ୍ଥଳରୁ ମାଓବାଦୀ ସାମଗ୍ରୀ ସହ କିଛି ବିସ୍ଫୋରକ ସାମଗ୍ରୀ ଜବତ୍‌ କରିଥିବା ସୂଚନା ମିଳିଛି। ତେବେ ମାଓବାଦୀଙ୍କ ମୃତଦେହ ଏବଂ ଜବତ୍‌ ହୋଇଥିବା ସାମଗ୍ରୀ ପୋଲିସ ହେଡ୍‌କ୍ୱାର୍ଟରକୁ ଆଣିବା ପରେ ସବିଶେଷ ତଥ୍ୟ ଜଣାଇ ଦିଆଯିବ ବୋଲି ଆନ୍ଧ୍ର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri