ଦରବୃଦ୍ଧି ପ୍ରତିବାଦରେ ବିରୋଧୀ ଦଳର ୬ଘଣ୍ଟିଆ ବନ୍ଦ ଡାକରା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବାମପନ୍ଥୀ ଦଳ ପକ୍ଷରୁ ରାଜ୍ୟବ୍ୟାପି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବାମପନ୍ଥୀ ଦଳ। ଏଥିରେ ସିପିଆଇ, ସିପିଆଇଏମ, ସିପିଆଇଏମ୍‌ଏଲ୍‌ ଏବଂ ଫରୱାର୍ଡ଼ ବ୍ଳକ ସାମିଲ ହୋଇଛି। ଅନ୍ୟପଟେ ଏହି ବନ୍ଦକୁ କଂଗ୍ରେସ ସମର୍ଥନ କରିବ ବୋଲି ପୂର୍ବରୁ ଘୋଷଣା କରିସାରିଛି। ବନ୍ଦ ସମୟରେ ଗାଡ଼ି ମୋଟର ଓ ଦୋକାନ ବଜାର ବନ୍ଦ ରଖିବାକୁ ଲୋକଙ୍କୁ ଅନୁରୋଧ କରାଯାଇଛି।

ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିରୋଧରେ ଏହି ପ୍ରତିବାଦ କରାଯାଇଛି ବୋଲି ସଂଗଠନ ପକ୍ଷରୁ କୁହାଯାଇଛି। ସକାଳୁ ଭୁବନେଶ୍ୱର ରେଳ ଷ୍ଟେସନରେ ବାମ ଦଳ କର୍ମୀ ରେଳରୋକୋ କରିଥିଲେ। ଏଥିସହ ବାମ ଦଳର କର୍ମକର୍ତ୍ତାମାନେ ବିଭିନ୍ନ ପେଟ୍ରୋଲ ପମ୍ପ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏତଦ୍‌ ବ୍ୟତୀତ କଳ୍ପନା ଛକରେ ଆନ୍ଦୋଳନକାରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶପୁତ୍ତଳିକା ଦାହ କରିଥିବା ଦେଖିବାକୁ ମିଳିଛି। ସେହିପରି ବିଭିନ୍ନ ସ୍ଥାନରେ ପିକେଟିଂ କରାଯାଇ ରାସ୍ତା ବନ୍ଦ କରାଯାଇଛି। ବନ୍ଦ ସମୟରେ ଦୋକାନ ବଜାର, ଗାଡ଼ି ଚଳାଚଳ, ରେଳ ଚଳାଚଳ, ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ଓ ପେଟ୍ରୋଲ ପମ୍ପ ଆଦି ପ୍ରଭାବିତ ହେବାକୁ ଥିବାରୁ ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲା ପ୍ରଶାସନକୁ ଅବଗତ କରିଛନ୍ତି ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri