ଦରବୃଦ୍ଧି ପ୍ରତିବାଦରେ ବିରୋଧୀ ଦଳର ୬ଘଣ୍ଟିଆ ବନ୍ଦ ଡାକରା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବାମପନ୍ଥୀ ଦଳ ପକ୍ଷରୁ ରାଜ୍ୟବ୍ୟାପି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବାମପନ୍ଥୀ ଦଳ। ଏଥିରେ ସିପିଆଇ, ସିପିଆଇଏମ, ସିପିଆଇଏମ୍‌ଏଲ୍‌ ଏବଂ ଫରୱାର୍ଡ଼ ବ୍ଳକ ସାମିଲ ହୋଇଛି। ଅନ୍ୟପଟେ ଏହି ବନ୍ଦକୁ କଂଗ୍ରେସ ସମର୍ଥନ କରିବ ବୋଲି ପୂର୍ବରୁ ଘୋଷଣା କରିସାରିଛି। ବନ୍ଦ ସମୟରେ ଗାଡ଼ି ମୋଟର ଓ ଦୋକାନ ବଜାର ବନ୍ଦ ରଖିବାକୁ ଲୋକଙ୍କୁ ଅନୁରୋଧ କରାଯାଇଛି।

ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିରୋଧରେ ଏହି ପ୍ରତିବାଦ କରାଯାଇଛି ବୋଲି ସଂଗଠନ ପକ୍ଷରୁ କୁହାଯାଇଛି। ସକାଳୁ ଭୁବନେଶ୍ୱର ରେଳ ଷ୍ଟେସନରେ ବାମ ଦଳ କର୍ମୀ ରେଳରୋକୋ କରିଥିଲେ। ଏଥିସହ ବାମ ଦଳର କର୍ମକର୍ତ୍ତାମାନେ ବିଭିନ୍ନ ପେଟ୍ରୋଲ ପମ୍ପ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏତଦ୍‌ ବ୍ୟତୀତ କଳ୍ପନା ଛକରେ ଆନ୍ଦୋଳନକାରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶପୁତ୍ତଳିକା ଦାହ କରିଥିବା ଦେଖିବାକୁ ମିଳିଛି। ସେହିପରି ବିଭିନ୍ନ ସ୍ଥାନରେ ପିକେଟିଂ କରାଯାଇ ରାସ୍ତା ବନ୍ଦ କରାଯାଇଛି। ବନ୍ଦ ସମୟରେ ଦୋକାନ ବଜାର, ଗାଡ଼ି ଚଳାଚଳ, ରେଳ ଚଳାଚଳ, ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ଓ ପେଟ୍ରୋଲ ପମ୍ପ ଆଦି ପ୍ରଭାବିତ ହେବାକୁ ଥିବାରୁ ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲା ପ୍ରଶାସନକୁ ଅବଗତ କରିଛନ୍ତି ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri