ଜଳିଗଲା ୬ ବଖରା : ୨ ଗାଈ, ୭ ଛେଳି ଜୀବନ୍ତ ଦଗ୍ଧ

ସିଂହପୁର,୧୩।୨(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ତହସିଲ ଅନ୍ତର୍ଗତ ଜରୀ ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୬ ପରିବାରର ୬ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ପ୍ରକାଶ ଯେ, ରବିବାର ବିଳମ୍ବିତ ରାତିରେଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଜରୀ ଗ୍ରାମର ରାଜେନ୍ଦ୍ର ମଲିକ, ଯୁଧିଷ୍ଠିର ମଲିକ, ଉମାକାନ୍ତ ମଲିକ, ରମାକାନ୍ତ ମଲିକ, ଅମର ମଲିକ, ଭ୍ରମର ବର ମଲିକଙ୍କ ୬ ବଖରା ଘର ସମେତ ଘରେ ଥିବା ଧାନ ସୁନାରୂପା,ନଗଦ ଟଙ୍କା ଓ ଘରର ସମସ୍ତ ଆସବାବ ପତ୍ର ପୋଡି ପାଉଁଶ ହୋଇଯାଇଛି। ଏଥିସହ ଅଗ୍ନିକାଣ୍ଡରେ ଦୁଇଟି ଗାଇ ସହ ୭ଟି ଛେଳି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଅଗ୍ନିକାଣ୍ଡରେ ୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା କ୍ଷତି ହୋଇଥିବାର ଅନୁମାନ କରାଯାଉଛି। ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ସମ୍ପୂର୍ଣ୍ଣ ଜଳିଯାଇଥିଲା। ଜରୀ ରାଜସ୍ବ ନିରିକ୍ଷକ ଫୁଲବତୀ ମୁର୍ମୁ କ୍ଷୟକ୍ଷତି ଆକଳନ କରିବା ସହ କ୍ଷତିଗ୍ରସ୍ତ ପରିବାରକୁ ପାଲ ଯୋଗାଇଛନ୍ତି। ଅଗ୍ନିକାଣ୍ଡ ଖବରପାଇ ବ୍ଲକ ଅଧ୍ୟକ୍ଷଙ୍କ ପ୍ରତିନିଧି କୈଳାସ ସେଠୀ, ଜିଲା ପରିଷଦ ସଭ୍ୟ ନନ୍ଦକିଶୋର ସାମଲ, ସରପଞ୍ଚ ନନ୍ଦକିଶୋର ମଲିକ ପହଞ୍ଚି କ୍ଷତିଗ୍ରସ୍ତ ପରିବାରକୁ ଆଶ୍ୱାସନା ଦେବା ସହ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝି

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ଘାସିରାମ ମାଝି ମଙ୍ଗଳବାର ଆରାଧ୍ୟ ଦେବତା କଣାଭୈରା ମନ୍ଦିରରେ ପୂଜାପାଠ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

ଘସିପୁରାରୁ ଲଢିବେ ସୌମ୍ୟ! କହିଲେ ଏହି ଦଳ ଦେଇଛି ଅଫର…

ଭୁବନେଶ୍ୱର,୩୦।୪: ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ୨ଦିନ ପୂର୍ବରୁ ନିର୍ବାଚନ ଲଢିବେନି ବୋଲି କହିଥିଲେ ସୌମ୍ୟ। ସେ କହିଥିଲେ, ‘ମୋର...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

Featured Video Play Icon

ଭାଜପା ଛାଡ଼ିଲେ ଅମୀୟ ଦାଶ

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ଏକାମ୍ରର ଭାଜପା ନେତା ଅମୀୟ ଦାଶ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇଛନ୍ତି। ଅମୀୟ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri