ଧରାପଡ଼ିଲେ ୬ ଶିକାରୀ: ପିସ୍ତଲ, ଭାଲୁ ନଖ ଜବତ

ବରଗଡ଼,୧୫।୯(ପ୍ରେମାନନ୍ଦ ଖମାରୀ): ବନ୍ୟପ୍ରାଣୀଙ୍କ ବେଆଇନ କରବାର କରୁଥିବା ଅଭିଯୋଗରେ ବରଗଡ଼ ବନ ବିଭାଗ ଭଟଲି ଫରେଷ୍ଟ ରେଞ୍ଜ କର୍ମଚାରୀ ଶୁକ୍ରବାର ୬ଜଣ ଶିକାରୀଙ୍କୁ ଗିରଫ କରିଛନ୍ତି । ସେମାନେ ହେଲେ ବାଲେଶ୍ବର ଜିଲା ଚାନ୍ଦିପୁରର ମନୋରଞ୍ଜନ ନନ୍ଦ(୨୪), ସଞ୍ଜୟ ଦାଶ(୩୮), ବରଗଡ଼ ଜିଲା ବରପାଲି ଥାନା ଧିରପୁରର ବ୍ୟାସଦେବ ମହାରଣା(୩୬), ମହାରାଷ୍ଟ୍ର ରାଜ୍ୟ ଉସମନାବାଦ ଜିଲା ଅଲିଖୁଦ ତୁଲଜାପୁରର ଗୁରୁନାଥ କିଶାନ କୁମ୍ଭାର(୩୦), ବରଗଡ ଜିଲା ଭଟଲି ଥାନା ସମ୍ବରଧରାର ପଞ୍ଚାନନ ପ୍ରଧାନ(୨୪) ଏବଂ ବରଗଡ ଭଟଲି ରାସ୍ତାର ଚନ୍ଦ୍ରଭାନୁ ନାୟକ(୪୦) । ସେମାନଙ୍କ ପାଖରୁ ବ୍ୟବହୃତ ଏକ ବୋଲେରୋ ଗାଡ଼ି(ନଂ-ଓଡି୦୫ଏଲ ୮୧୧୮), ଏକ ପିସ୍ତଲ, ୭ଟି ଗୁଳି, ୩ଟି ମୋବାଇଲ ଫୋନ, ଏକ ଡିଜିଟାଲ କ୍ୟାମେରା, ୫ଟି ଭାଲୁ ନଖ, ପେଙ୍ଗୋଲିନର ୨୬ଟି କାତି ଜବତ ହୋଇଛି । ସମ୍ପୃକ୍ତ ଫାର୍ମହାଉସ ଉପରେ ବନ କର୍ମଚାରୀମାନେ ଚଢ଼ାଉ ସମୟରେ ଅଭିଯୁକ୍ତମାନେ ଜବତ ବୋଲେରୋରେ ଫେରାର ଉଦ୍ୟମ କରିଥିଲେ । ତେବେ ସେମାନେ ବରଗଡ଼ ପଟକୁ ଆସୁଥିବା ବେଳେ ବରଗଡ଼ ଟାଉନ ଥାନାର ଏକ ଟିମ୍‌ ସେମାନଙ୍କୁ ବରଗଡ଼ ଭଟଲିଛକ ସ୍ଥିତ ମଙ୍ଗଳମ ପେଲେସ ପାଖରେ ସେମାନଙ୍କୁ ଧରିବାରେ ସକ୍ଷମ ହୋଇଥିଲା। ଏ ନେଇ ଭଟଲି ଫରେଷ୍ଟ ରେଞ୍ଜରେ ଏକ ମାମଲା(ନଂ.୧୩/୨୩-୨୪) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri