ପାଗଳା ବିଲୁଆ ଆକ୍ରମଣରେ ୬ ଆହତ, ଜଣେ ଗୁରୁତର

ରାଜନଗର,୨୯ା୧୧(ଡି.ଏନ.ଏ.): ପାଗଳା ବିଲୁଆ ଆକ୍ରମଣରେ ୬ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଜଣଙ୍କର ଅବସ୍ଥା ଗୁରୁତର ହୋଇଥିବାରୁ ତାଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ମୁଖ୍ୟ ଚିକିସତ୍ାଳୟ ଓ ପରେ କଟକ ବଡମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ସୂଚନା ଅନୁଯାୟୀ, ରାଜନଗର ବ୍ଲକ ଧାନଦିଆ ଗାଁରେ ସୋମବାର ସକାଳେ ପାଗଳା ବିଲୁଆ ଉପତ୍ାତ ଯୋଗୁ ଲୋକେ ଘରର କବାଟ ବନ୍ଦ କରି ରହିଥିଲେ। ଭୋର ପ୍ରାୟ ୫ଟା ସମୟରେ ସେହି ପାଗଳା ବିଲୁଆ ଧାନଦିଆ ଗାଁ ଦାଣ୍ଡରେ ଗୋଡେଇ ଗୋଡେଇ ଲୋକଙ୍କୁ ଆକ୍ରମଣ କରିଥିଲା। ଗାଁର ଅଭିରାମ ପରିଡ଼ା ଗାଁ ଛକକୁ ଯାଉଥିବା ବେଳେ ପାଗଳ ବିଲୁଆ ଆକ୍ରମଣରେ ଆହତ ହୋଇଥିଲେ। ବିଲୁଆଟି ଅଭିରାମଙ୍କ ପେଟକୁ ଆକ୍ରମଣ କରିଥିଲା। ଏହାପରେ ଗାଁର ଅନନ୍ତ କଅଁର, ଗଜିଆ ସେଠୀ, ଗୌରହରି ପରିଡା, ଆରତୀ ପରିଡା ଓ ଉଷାରାଣି ପରିଡାଙ୍କୁ ବିଲୁଆ ଆକ୍ରମଣ କରିଥିଲା। ସମସ୍ତଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ା ମାତ୍ର ଉଷାରାଣୀଙ୍କ ମୁହଁ ଏବଂ ଗୋଡରେ ଅଧିକ କ୍ଷତ ସୃଷ୍ଟି ହୋଇଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଏହି ଘଟଣା ପରେ ଗ୍ରାମବାସୀ ବିଲୁଆକୁ ପିଟି ପିଟି ମାରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri