Posted inଜାତୀୟ

ନୁହ ହିଂସାରେ ୬ ଜଣଙ୍କ ମୃତ୍ୟୁ, ୧୧୬ ଗିରଫ: ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର

ହରିୟାଣାର ନୁହରେ ସାମ୍ପ୍ରଦାୟିକ ହିଂସା ବର୍ତ୍ତମାନ ପର୍ଯ୍ୟନ୍ତ ହିଂସାରେ ୬ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୧୬ ଜଣଙ୍କୁ ଗିରଫ କରାଯାଥିବା ବୁଧବାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କହିଛନ୍ତି। ମୃତକଙ୍କ ମଧ୍ୟରେ ୨ଜଣ ହୋମଗାର୍ଡ ଏବଂ ୪ ଜଣ ସାଧାରଣ ନାଗରିକ ଅଛନ୍ତି। ରାଜ୍ୟରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ବୃଦ୍ଧି କରାଯାଇଛି ଏବଂ ପୋଲିସ ସହିତ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମଧ୍ୟ ନିୟୋଜିତ କରାଯାଇଛି। ବିଭିନ୍ନ ଜିଲାରେ ୩୦ଟି ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବଳର ୨୦ଟି ଟିମ୍‌ ନିୟୋଜିତ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। କେନ୍ଦ୍ରୀୟ ସୁରକ୍ଷା ବଳର ୨୦ଟି ଟିମ ମଧ୍ୟରୁ ୩ଟି ପାଲୱାଲରେ, ୨ଟି ଗୁରୁଗ୍ରାମରେ, ଗୋଟିଏ ଫରିଦାବାଦରେ ଏବଂ ୧୪ଟି ନୁହରେ ନିୟୋଜିତ ହୋଇଛନ୍ତି।
ହରିୟାଣାରେ ଗିରଫ ହୋଇଥିବା ୧୧୬ ଜଣଙ୍କୁ ବୁଧବାର ରିମାଣ୍ଡରେ ନିଆଯିବ। ଏହି ହିଂସା ସହ ଜଡିତ ଲୋକଙ୍କୁ ଜାଣିବା ପାଇଁ ଗିରଫ ଲୋକଙ୍କୁ ରିମାଣ୍ଡରେ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାଧାରଣ ନାଗରିକଙ୍କ ସୁରକ୍ଷା ପାଇଁ ସୁରକ୍ଷା ଏଜେନ୍ସି ଏବଂ ହରିୟାଣା ପୋଲିସ ସତର୍କ ରହିଛି ଏବଂ ପ୍ରଭାବିତ ଅଞ୍ଚଳରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଉଦ୍ୟମ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଆଶ୍ୱାସନା ଦେଇଛନ୍ତି। ବର୍ତ୍ତମାନ ପରିସ୍ଥିତି ସ୍ବାଭାବିକ ହୋଇଛି। ଶାନ୍ତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ମଧ୍ୟ ଲୋକଙ୍କୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri