ସିଡନୀ ସପିଂ ମଲରେ ଛୁରା ମାଡ଼ରେ ୬ ମୃତ, ପୋଲିସ ଗୁଳିରେ ଅଭିଯୁକ୍ତ ନିହତ

ନୂଆଦିଲ୍ଲୀ,୧୩ା୪: ଶନିବାର ସିଡନୀରେ ଥିବା ଏକ ସପିଂ ମଲରେ ଛୁରା ମାଡ଼ କରି ୬ ଜଣଙ୍କୁ ହତ୍ୟା କରାଯାଇଛି। ପୋଲିସର ଗୁଳିମାଡ଼ରେ ଅପରାଧୀ ମଧ୍ୟ ମୃତ୍ୟୁ ବାରଣ କରିଛି। ଏହି ହୃଦୟ ବିଦାରକ ଘଟଣା ୱେଷ୍ଟଫିଲ୍ଡ ବଣ୍ଡି ଜଙ୍କସନ ମଲ କମ୍ପ୍ଲେକ୍ସରେ ଘଟିଛି।

ଶନିବାର ଅପରାହ୍ନରେ ଏହି ଘଟଣା ଘଟିଥିବା ବେଳେ ମଲ୍ ଭିତରେ ଖଚାଖଚ ଭିଡ ଥିଲା। ଆକ୍ରମଣକାରୀଙ୍କୁ ଧରିବା ପାଇଁ ପୋଲିସ ଗୁଳି ଚଳାଇଥିଲା, ଫଳରେ ଘଟଣା ସ୍ଥଳରେ ହିଁ ଅଭିଯୁକ୍ତ ପ୍ରାଣ ହରାଇଥିଲା।

ସ୍ଥାନୀୟ ମିଡ଼ିଆ ରିପୋର୍ଟ ଅନୁଯାୟୀ, ଜଣେ ବ୍ୟକ୍ତି ଲୋକମାନଙ୍କୁ ଗୋଡାଉଥିଲା ଏବଂ ଛୁରା ମାଡ଼ କରୁଥିଲା। କାନବ୍ରାର ଅଷ୍ଟ୍ରେଲୀୟ ଫେଡେରାଲ ପୋଲିସ ଏହି ଘଟଣା ସମ୍ପର୍କରେ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେଙ୍କୁ ସୂଚନା ଦେଇଛନ୍ତି। ଏହି ଘଟଣାରେ ପୋଲିସ ଆତଙ୍କବାଦୀ ଲିଙ୍କ ଯାଞ୍ଚ କରୁଛି। ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେ ଟ୍ୱିଟରରେ ଏକ ପୋଷ୍ଟରେ କହି, “ଏହି ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri