୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି। ଏପରିସ୍ଥଳେ ଶୁକ୍ରବାର କୋମନା ବସ୍‌ଷ୍ଟାଣ୍ଡରୁ ବାହାର ରାଜ୍ୟକୁ ଚାଲାଣ ବେଳେ କୋମନା ପୋଲିସ ୬ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ସେମାନେ ହେଲେ କୋମନା ଥାନା ନୂଆଗାଁର ପୀତାମ୍ବର ତାଣ୍ଡି (୩୦), ନକୁଳ ତାଣ୍ଡି (୩୫), ରଘୁ ତାଣ୍ଡି (୬୦), ନରେଶ ରଣା(୨୯), ସବ୍ୟା ତାଣ୍ଡି (୩୦) ଓ କମଳା ତାଣ୍ଡି (୫୫)। ସୂଚନା ଅନୁଯାୟୀ ଶୁକ୍ରବାର ସକାଳେ କୋମନା ପୋଲିସ ବସ୍‌ଷ୍ଟାଣ୍ଡ ପରିସରରେ ପାଟ୍ରୋଲିଂ କରୁଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ସେଠାରେ ଚଢ଼ାଉ କରିଥିଲା। ଶ୍ରମିକମାନେ ବାହାର ରାଜ୍ୟକୁ ଯିବା ପାଇଁ ବସ୍‌ ଅପେକ୍ଷାରେ ଥିବାବେଳେ ପୋଲିସ ସେମାନଙ୍କୁ ଅଟକ ରଖି ପଚରାଉଚରା କରିଥିଲା। ଶ୍ରମିକମାନେ ଏହାକୁ ସ୍ବୀକାର କରି ଆମେ ଇଟା ତିଆରି କରିବା ପାଇଁ ବାହାରକୁ ଯିବାକୁ ବାହାରିଥିଲୁ ବୋଲି କହିଥିଲେ। ସେମାନଙ୍କଠାରେ ବୈଧ କାଗଜପତ୍ର ନ ଥିବାରୁ ଏହା ଏକ ଦାଦନ ଚାଲାଣ ବୋଲି ପୋଲିସ ସ୍ପଷ୍ଟ କରିଛି। ପୋଲିସ ୬ ଜଣଙ୍କୁ ଉଦ୍ଧାର କରି ନିଜ ଗ୍ରାମକୁ ଫେରିଯିବା ବ୍ୟବସ୍ଥା କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ଦଲାଲ ଫେରାର ରହିଥିବା ପୋଲିସ ପ୍ରକାଶ କରିଛି। ସମ୍ପୃକ୍ତ ଦଲାଲଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri