ପ୍ରଥମ ଦିନରେ ୬ଲକ୍ଷ କୋଟିର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୨।୧୨:ଚଳିତ ବର୍ଷର ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୨ ବୁଧବାର ଠାରୁ ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୨୦୨୨ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଏହି କନ୍‌କ୍ଲେଭ ଜାରି ରହିବ। ବିଶେଷକରି ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ (ଏମ୍‌ଆଇଓସି)-୨୨ର ପ୍ରଥମ ଦିନରେ ପ୍ରାୟ ୬ ଲକ୍ଷ କୋଟି ଟଙ୍କା (୫,୮୫,୭୪୨.୨୬ ଟଙ୍କା)ର ନିବେଶ ପ୍ରସ୍ତାବ ଆସିଥିବା ଜଣାପଡ଼ିଛି। ସେହିଭଳି ପ୍ରଥମ ଦିନରେ ୬୭ଟି ବାଣିଜି୍ୟକ ସଂସ୍ଥା ସହ ବୁଝାମଣାପତ୍ର ସ୍ବାକ୍ଷର(ଏମ୍‌ଓୟୁ) ହୋଇଥିବା ବେଳେ ୨୧ ଶିଳ୍ପସଂସ୍ଥା ଏବଂ ୪୬ ଷ୍ଟାର୍ଟଅପ୍‌ ୟୁନିଟ୍‌ ସହ ଏମ୍‌ଓୟୁ ହୋଇଛି। ଉପରୋକ୍ତ ୬୭ ସଂସ୍ଥା ଦ୍ୱାରା ୨,୪୭,୮୯୭ ଜଣଙ୍କୁ ନିଯୁକ୍ତି ମିଳିବା ସୁଯୋଗ ରହିଥିବା ଶିଳ୍ପ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଗତ ୬ ମାସ ମଧ୍ୟରେ ଦେଶ ଓ ବିଦେଶରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଆୟୋଜିତ ନିବେଶକ ସମ୍ମିଳନୀ ଓ ରୋଡ୍‌ ଶୋ ଜରିଆରେ ମଧ୍ୟ ୧ ଲକ୍ଷ କୋଟି (୧,୪୦, ୩୮୬.୧୯ ଟଙ୍କା)ରୁ ଅଧିକ ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଆସିଥିବା ଶିଳ୍ପ ବିଭାଗ ପକ୍ଷରୁ ଉଲ୍ଲେଖ କରାଯାଇଛି। ଏହି ପରିପ୍ରେକ୍ଷୀରେ ୭୮ ଶିଳ୍ପସଂସ୍ଥା ସହ ଏମ୍‌ଓୟୁ ସ୍ବାକ୍ଷର ହୋଇଥିବା ବେଳେ ୭୨,୮୪୯ ଜଣ ନିଯୁକ୍ତି ପାଇବେ ବୋଲି ମଧ୍ୟ ସମ୍ଭାବନା ରହିଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ସରକାରଙ୍କ ମିଶନ ଏମ୍‌ଆଇଓସିର ୧ଦିନ ଶେଷ ସୁଦ୍ଧା ମୋଟ ୭,୨୬,୧୨୮.୪୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶର (ଏମ୍‌ଓୟୁ ସ୍ବାକ୍ଷର) ପ୍ରସ୍ତାବ ଆସିଥିବା ବେଳେ ୩,୨୦,୭୪୧ ଜଣଙ୍କୁ ନିଯୁକ୍ତି ମିଳିବାର ମଧ୍ୟ ସୁଯୋଗ ରହିଛି। ଅପରପକ୍ଷେ ଉପରୋକ୍ତ ପୁଞ୍ଜିନିବେଶ ବିଶେଷକରି ସବୁ କ୍ଷେତ୍ରରୁ ଆସିଥିବା ବେଳେ ସର୍ବାଧିକ ୨ଲକ୍ଷ କୋଟି ଟଙ୍କାର ପାଣ୍ଠି ମିନେରାଲ ଶିଳ୍ପ ସହ ଜଡ଼ିତ ଶିଳ୍ପସଂସ୍ଥାଗୁଡ଼ିକରୁ ଆସିଛି। ପ୍ରାୟ ୧୨୦୦ କୋଟି ଟଙ୍କା ଏମ୍‌ଏସ୍‌ଏମ୍‌ଇ ବର୍ଗର ଶିଳ୍ପସଂସ୍ଥାଗୁଡ଼ିକରୁ ଆସିଛି ବୋଲି ଶିଳ୍ପ ବିଭାଗର ଶାସନ ସଚିବ ହେମନ୍ତ ଶର୍ମା ବିସ୍ତୃତ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏମ୍‌ଆଇଓସିର ପ୍ରଥମ ଦିନରେ ମୋଟ ୧୩ଟି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି ପ୍ରଥମ ପର୍ଯ୍ୟାୟରେ ୨ଟି ପ୍ଲାନେରି ସେସନ ହୋଇଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ୮ଟି ବିଜ୍‌ନେସ ଲିଡରଶିପ ଟକ୍‌ (ବିଏଲ୍‌ଟି) ଏବଂ ୩ଟି କଣ୍ଟ୍ରି ସେସନ (ଜାପାନ, ନରଓ୍ବେ ଏବଂ ଗ୍ଲୋବାଲ) କାର୍ଯ୍ୟକ୍ରମ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?