ଚାକିରି ନାଁରେ ୬ଲକ୍ଷ ଠକେଇ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ବ୍ୟାଙ୍କରେ ଚାକିରି କରାଇ ଦେବାକୁ କହି ୬ଲକ୍ଷ ଠକେଇ ଅଭିଯୋଗରେ ଜଣେ ମହିଳାଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ। ସେ ହେଲେ ଭଦ୍ରକ ଜିଲା ବାସୁଦେବପୁର ବେତଡା ଗ୍ରାମର ଜୟନ୍ତୀ ପରିଡା(୩୦)। ଜୟନ୍ତୀ ବାଲେଶ୍ୱର ଜିଲା ନୀଳଗିରି କାଣ୍ଡଗରଡିରେ ରହୁଥିଲେ। ଏହି ସମୟରେ ଠକେଇର ଶିକାର ହୋଇଥିବା ବାଲେଶ୍ୱର ଖନ୍ତାପଡାର ଶୁଭଶ୍ରୀ ଜେନାଙ୍କ ଅଭିଯୋଗକ୍ରମେ ପୋଲିସ ତାଙ୍କ ବିରୋଧରେ ୧୮୨/୨୦୧୮ ମାମଲା ରୁଜୁ କରିଥିଲା। ତେବେ ଗିରଫ ପରେ ଜୟନ୍ତୀଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହୋଇଯିବାରୁ ତାଙ୍କୁ ଝାରପଡା ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ଅନୁଯାୟୀ, ବାଲେଶ୍ୱର ଖନ୍ତାପଡ଼ାର ଶୁଭଶ୍ରୀ ପରିବାର ଲୋକଙ୍କ ସହ ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଞ୍ଚଳରେ ରୁହନ୍ତି। ଗିରଫ ହୋଇଥିବା ଜୟନ୍ତୀ ଖନ୍ତାପଡ଼ାରେ ରହୁଥିବାରୁ ଉଭୟଙ୍କ ମଧ୍ୟରେ ଚିହ୍ନା ପରିଚୟ ହୋଇଥିଲା। ଜୟନ୍ତୀ ନିଜକୁ ଷ୍ଟେଟ୍‌ ବ୍ୟାଙ୍କ କଳ୍ପନା ଶାଖାର ପିଓ ଭାବେ ପରିଚୟ ଦେଇ ଶୁଭଶ୍ରୀଙ୍କ ସହ ସମ୍ପର୍କ ବଢ଼ାଇଥିଲେ। ୬ଲକ୍ଷ ଟଙ୍କା ଦେଲେ ସେ ବ୍ୟାଙ୍କରେ ଚାକିର କରାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଶୁଭଶ୍ରୀ ତାଙ୍କ ବାପାଙ୍କ ଆକାଉଣ୍ଟରୁ ଜୟନ୍ତୀଙ୍କୁ ୫ଲକ୍ଷ ୧୦ ହଜାର ଟଙ୍କା ଟ୍ରାନ୍ସଫର କରିବା ସହ ନଗଦ ୯୦ ହଜାର ଟଙ୍କା ଦେଇଥିଲେ। ବହୁବର୍ଷ ବିତିଯାଇଥିଲେ ମଧ୍ୟ ଜୟନ୍ତୀ ଚାକିରି ଦେଇ ନ ଥିଲେ କି ଟଙ୍କା ବି ଫେରାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri