ଦୋକାନୀଙ୍କଠାରୁ ୬ ଲକ୍ଷର ସୁନାଗହଣା ଲୁଟ୍‌: ବର୍ଷକରେ ୮ଥର ଲୁଟ୍‌ର ଶିକାର

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜଧାନୀରେ ରାତି ହେଲେ ଲୁଟେରାମାନେ ଆତଙ୍କ ଖେଳାଉଛନ୍ତି। ପୋଲିସର କଡ଼ା ପାଟ୍ରୋଲିଂ ସତ୍ତ୍ୱେ ଗୁରୁବାର ରାତିରେ ଶତାବ୍ଦୀ ନଗରସ୍ଥିତ ଡେଲ୍ଟା ଛକ ନିକଟରେ ଜଣେ ସୁନା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ୬ଲକ୍ଷ ଟଙ୍କାର ସୁନାଗହଣା ଲୁଟି ନେଇଥିବା ଖଣ୍ଡଗିରି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକ୍ରମେ ପୋଲିସ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଶତାବ୍ଦୀ ନଗରରେ ସନ୍ଦୀପ କୁମାର ସାହୁଙ୍କ ଲକ୍ଷ୍ନୀନାରାୟଣ ଜୁଏଲର୍ସ ଦୋକାନ ରହିଛି। ସବୁଦିନ ଭଳି ଗୁରୁବାର ରାତିରେ ସନ୍ଦୀପ ଦୋକାନ ବନ୍ଦ କରି ୬ଲକ୍ଷ ଟଙ୍କାର ସୁନାଗହଣା ଧରି ବାଇକ୍‌ ଯୋଗେ ଘର ଅଭିମୁଖେ ଯାଉଥିଲେ। ହେଲେ ଡେଲ୍ଟା ଛକ ନିକଟରେ ପୂର୍ବରୁ ବାଇକ୍‌ରେ ପିଛା କରୁଥିବା ୩ଜଣ ଦୁର୍ବୃତ୍ତ ହଠାତ୍‌ ସନ୍ଦୀପଙ୍କ ସାମ୍ନାକୁ ଆସିଯିବାରୁ ସେ ପଡ଼ିଯାଇଥିଲେ। ଦୁର୍ବୃତ୍ତମାନେ ସନ୍ଦୀପଙ୍କୁ ବିଭିନ୍ନ ମାରଣାସ୍ତ୍ର ଦେଖାଇ ବାଇକ୍‌ ଡିକିରେ ଥିବା ସୁନାଗହଣାକୁ ଲୁଟି ନେଇ ଫେରାର ହୋଇଯାଇଥିଲେ। ସୂଚନାଥାଉ କି, ଡିସେମ୍ବର ୫ରେ ସନ୍ଦୀପଙ୍କ ଦୋକାନରୁ ଦୁର୍ବୃତ୍ତ ଶର୍ଟର କାଟି ନଗଦ ଦେଢ ଲକ୍ଷ ଟଙ୍କା ସହ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଗହଣା ଚୋରି ହୋଇଥିଲା। ଏପରିକି ବର୍ଷକ ମଧ୍ୟରେ ଉକ୍ତ ଦୋକାନୀଙ୍କଠାରୁ ୮ଥର ଲୁଟ୍‌ର ଶିକାର ହୋଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri