ବାଇକ୍‌ ଡିକି ଭାଙ୍ଗି ୬ ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

କୋକସରା,୨୯ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମୋଟେର ଛକ ନିକଟରେ ବାଇକ୍‌ ଡିକି ଭାଙ୍ଗି ୬ ଲକ୍ଷ ଲୁଟ୍‌ ହୋଇଥିବା ନେଇ ବାପପୁଅ କୋକସରା ପୋଲିସରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ କୋକସରା ପୋଲିସ ଅଧିକାରୀ ପ୍ରସନ୍ନ ବେହେରା ସହ ପୋଲିସ ଟିମ୍‌ ମୋଟେର ଛକରେ ପହଞ୍ଚି ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଫୁଟେଜ୍‌ ଯାଞ୍ଚ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି।

ସୂଚନାନୁସାରେ, ଜୟପାଟଣାରେ ରହୁଥିବା ନାରାୟଣ ପଣ୍ଡା(୭୬)ଓ ତାଙ୍କ ପୁଅ ଗୋପୀନାଥ ପଣ୍ଡା ବୁଧବାର କୋକସରା ଷ୍ଟେଟ୍‌ ବ୍ୟାଙ୍କରୁ ୬ ଲକ୍ଷ ଟଙ୍କା ଉଠାଇ ଏକ ବ୍ୟାଗରେ ଭର୍ତ୍ତି କରି ବାଇକ୍‌ ଡିକିରେ ରଖି ଜୟପାଟଣା ଯାଉଥିଲେ। ବାଟରେ ମୋଟେର ଛକରେ ଏକ ଦୋକାନରୁ ଟିଫିନ୍‌ କରୁଥିବା ସମୟରେ ପୂର୍ବରୁ ପିଛା କରୁଥିବା ଦୁର୍ବୃତ୍ତମାନେ ତାଙ୍କ ବାଇକ୍‌ ଡିକିରୁ ଆଖି ପିଛୁଳାକେ ୬ ଲକ୍ଷ ଲୁଟି ନେଇ ଫେରାର ମାରିଥିଲେ। ପରେ ଏ ନେଇ କୋକସରା ଥାନାରେ ଅଭିଯୋଗ କରିଛନ୍ତି ନାରାୟଣ ପଣ୍ଡା। ଏ ନେଇ କୋକସରା ଥାନାଧିକାରୀଙ୍କ ପ୍ରତିକ୍ରିୟା ନେବାରୁ ଅଭିଯୋଗକୁ ଭିତ୍ତି କରି ବିଭିନ୍ନ ଦୋକାନରେ ଲାଗିଥିବା ସିସିଟିଭି ଫୁଟେଜ୍‌ ଯାଞ୍ଚ କରାଯାଇଛି ଓ କୋକସରା ପୋଲିସ କେସ୍‌ ନମ୍ବର ୧୫୨/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri