ମାଡ଼ ମାରି ଲୁଟି ନେଲେ ୬ ଲକ୍ଷ

ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସଦର ମହକୁମାରେ ଜଣେ ବ୍ୟବୟାସୀଙ୍କଠାରୁ ୨ ଜଣ ଦୁର୍ବୃତ୍ତ ୬ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ସୋମବାର ମଧ୍ୟାହ୍ନ ୨ଟାରେ ମାଲକାନଗିରି ସଦର ମହକୁମାସ୍ଥିତ ପିଡବ୍ଲ୍ୟୁଡି କାର୍ଯ୍ୟାଳୟ ନିକଟରେ ଗୋପାଳକ୍ରିଷ୍ଣା ହାଡଓ୍ବେର ଦୋକାନରେ କାମ କରୁଥିବା ମ୍ୟାନେଜର ରବି ପ୍ରଧାନ ୬ ଲକ୍ଷ ଟଙ୍କା ଧରି ବ୍ୟାଙ୍କକୁ ଡିପୋଜିଟ୍‌ କରିବାକୁ ଯାଉଥିଲେ। ଏହି ସମୟରେ ଏକ ବାଇକ୍‌ରେ ଦୁଇଜଣ ମୁଖାପିନ୍ଧା ଦୁର୍ବୃତ୍ତ ଆସି ତାଙ୍କୁ ଅଟକାଇ ସାଇକେଲ ଚେନରେ ନିସ୍ତୁକ ମାଡ ମାରି ତାଙ୍କଠାରୁ ଡିକିରେ ଥିବା ଟଙ୍କା ବ୍ୟାଗ୍‌କୁ ଲୁଟି ନେଇଥିଲେ। ଏ ସଂକ୍ରାନ୍ତରେ ମାଲକାନଗିରି ଥାନାରେ ଅଭିଯୋଗ ହେବା ପରେ ଆଇଆଇସି ରାମପ୍ରସାଦ ନାଗ ପିଡବ୍ଲ୍ୟୁଡି କାର୍ଯ୍ୟାଳୟ ସମ୍ମୁଖରେ ଥିବା ସିସିଟିଭି ଫୁଟେଜକୁ ଆଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ଅଭିଯୁକ୍ତଙ୍କ କୌଣସି ସନ୍ଧାନ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ…

ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ

ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର…

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ…

ବଡ଼ ହଲଚଲ! TMCରେ ଫାଟ ଭିତରେ ଦିଲ୍ଲୀ ଗସ୍ତ କଲେ ମମତା, ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି

କୋଲକାତା,୭।୬: ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ବ୍ଲକ୍‌ର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ଟିଏମ୍‌ସି ସୁପ୍ରିମୋ ମମତା…

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri