ସୀମାନ୍ତରେ ଗୁଳି ବିନିମୟ: ୬ ମାଓବାଦୀ ମୃତ

ରାୟପୁର/ମାଲକାନଗିରି,୨୭ା୧୨(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ତେଲେଙ୍ଗାନା ଓ ଛତିଶଗଡ଼ ଜଙ୍ଗଲ ମଧ୍ୟରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ ୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହି ଜଙ୍ଗଲ ମଧ୍ୟରେ କିଛି ମାଓବାଦୀ କ୍ୟାମ୍ପ କରିଥିବା ସୂଚନା ପାଇ ତେଲେଙ୍ଗାନାର ଗ୍ରେହାଉଣ୍ଡ ଯବାନମାନେ ସେହି ଅଞ୍ଚଳକୁ  କମ୍ବିଂକରିବା ପାଇଁ ଯାଇଥିଲେ । ତେବେ ଯବାନମାନଙ୍କୁ ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ । ଏହାର ପାଲଟା ଜବାବରେ ସୁରକ୍ଷା କର୍ମୀମାନେ ମଧ୍ୟ ଗୁଳିଚାଳନା କରିଥିଲେ । ଏହି ଗୁଳି ବିନିମୟରେ ୬ ମାଓବାଦୀ ଟଳିପଡ଼ିଥିଲେ।। ସର୍ଚ୍ଚ ସମୟରେ ସେହି ଅଞ୍ଚଳରୁ ଅନେକ ମାଓବାଦୀ ସାମଗ୍ରୀ ମିଳିଥିଲା । ତେଲେଙ୍ଗାନା କୋଟଗୁଡାମ ଏସ୍‌ପି ସୁନୀଲ ଦତ୍ତଙ୍କ ନେତୃତ୍ୱରେ ଏହି ଅପରେଶନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri