୧୦ ଲକ୍ଷ ପୁରସ୍କାର ଘୋଷିତ ୬ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୮ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ନିକଟରେ ୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ଆତ୍ମସମର୍ପଣ କରିଥିବା ୬ଜଣ ମାଓବାଦୀଙ୍କ ମଧ୍ୟରୁ ୪ ମାଓବାଦୀ ଓ ଦୁଇ ପୁରୁଷ ମାଓବାଦୀ ଥିବା ବେଳେ ସମସ୍ତେ ବିଏସ୍‌ଏଫ୍‌ ୧୫ ବାହିନୀ କମାଣ୍ଡାଣ୍ଟ ନବଲ ସିଂ, ୫୩ ବାହିନୀ କମାଣ୍ଡାଣ୍ଟ ସଞ୍ଜୟ କୁମାରଙ୍କ ନିକଟରେ ଏହି ୬ ଜଣ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରୁ ୫ ଲକ୍ଷ ପୁରସ୍କାର ଘୋଷିତ ଧନାୟ ହଲାମି, ୧ ଲକ୍ଷ ପୁରସ୍କାର ଘୋଷିତ ଦଶମତୀ କେବାଚି, ୧ ଲକ୍ଷ ପୁରସ୍କାର ଘୋଷିତ ସୁକାୟ ଓରଫ ରୋଶନୀ ପୋୟାମ, ୧ ଲକ୍ଷ ଇନାମୀ ଚେତରାମ ଉସେଣ୍ଡି ଓରଫ ରୁଷି, ୧ ଲକ୍ଷ ପୁରସ୍କାର ଘୋଷିତ ଗାଙ୍ଗୁ ପୋୟାମ, ୧ ଲକ୍ଷ ପୁରସ୍କାର ଘୋଷିତ ଶାରୀ ଓରଫ ଗାଗରି କେବାଚୀ ା

ଏ ସମ୍ପର୍କରେ ଏହି ସମସ୍ତ ମାଓବାଦୀ ପ୍ରକାଶ କରିଛନ୍ତି ଯେ, ବର୍ତ୍ତମାନ ଛତିଶଗଡ଼ ସରକାର ଓ ପୋଲିସ ଦ୍ୱାରା ବିଭିନ୍ନ ସ୍ଥାନରେ କୋମ୍ବିଂ ଅପରେଶନ କରି ମାଓବାଦୀଙ୍କ ଉପରେ ଆକ୍ରମଣ, ଏତିସହ ଇତିମଧ୍ୟରୁ ମାଓ ସଂଗଠନର ଟପ୍‌ କ୍ୟାଡର ମାଓବାଦୀଙ୍କ ମୃତ୍ୟୁ ହେବା ଫଳରେ ମାଓବାଦୀ ସଂଗଠନ ପ୍ରାୟତଃ ଭୁଶୁଡ଼ି ପଡ଼ିବା ସହ ଏହି ସଂଗଠନରେ ପୂର୍ବ ଆଦର୍ଶ ନ ଥିବା ଓ ଛତିଶଗଡ଼ ସରକାରଙ୍କ ଦ୍ୱାରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ହେଉଥିବାରୁ ଏଥିରେ ଅନୁପ୍ରାଣିତ ହୋଇ ଏହି ୬ ଜଣ ଆତ୍ମସମର୍ପଣ କରିଥିବା ପ୍ରକାଶ କରିଛନ୍ତି। ନାରାୟଣପୁର ପୋଲିସ ତରଫରୁ ସମସ୍ତଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri