ଧରାପଡ଼ିଲେ ୬ ମାଓବାଦୀ: ହିଂସାକାଣ୍ଡ ପାଇଁ ଯୋଗାଉଥିଲେ ବିସ୍ଫୋରକ

ମାଲକାନଗିରି,୧୯ା୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ସୁକ୍‌ମା ଜିଲା ପୋଲିସ ୨ ପୁରସ୍କାର ଘୋଷିତ ମାଓବାଦୀଙ୍କ ସହ ୩ ଜଣଙ୍କୁ ଗିରଫ କରିଛି। ମାଓବାଦୀଙ୍କ ଉପସ୍ଥିତି ସମ୍ବନ୍ଧରେ ସୂଚନା ପାଇ ଚିନ୍ତାଗୁଫା ଥାନାରୁ ଜିଲା ପୋଲିସ ଓ ଡିଆରଜି ବାହିନୀ ମିଳିତ ଭାବେ ଦୁଲେଡ, ମେଟାଗୁଡା ଓ ଏରନପାଲ୍ଲୀର ଆଖପାଖ ଜଙ୍ଗଲ ଅଞ୍ଚଳରେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ । ଦୁଲେଡ ଜଙ୍ଗଲ ନିକଟରେ କେତେକ ବ୍ୟକ୍ତି ପୋଲିସକୁ ଦେଖି ଲୁଚିବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ ଉକ୍ତ ସ୍ଥାନରୁ ୩ ଜଣଙ୍କୁ ଗିରଫ କରିଥିଲେ । ସେମାନ ହେଲେ ୨ ଲକ୍ଷ ପୁରସ୍କାର ଘୋଷିତ ମଡକମ ନନ୍ଦା, ୧ ଲକ୍ଷ ପୁରସ୍କାର ଘୋଷିତ ଦଶା ଓ କବାସୀ ଲଖମା ।
ଏହି ୩ ଜଣ ଦକ୍ଷିଣ ବସ୍ତର ଡିଭିଜନ, ଜନତାନା ସରକାର, କଞ୍ଚାଲ ଆର୍‌ପିସି ଡିଏକେଏମ୍‌ଏସ୍‌ରେ କାର୍ଯ୍ୟ କରୁଥିଲେ। ଏହି ୩ଜଣ ବିଭିନ୍ନ ହିଂସାକାଣ୍ଡରେ ଜଡିତ ଥିବା କହିଛନ୍ତି। ସେହିପରି କାଙ୍କେର ଜିଲା ମଣ୍ଡାଗଁା ବିଏସ୍‌ଏଫ କ୍ୟାମ୍ପ ସମ୍ମୁଖରେ ବିଏସ୍‌ଏଫ ଓ ପୋଲିସ ମିଳିତ ଭାବେ ଏମ୍‌ସିପି କାର୍ଯ୍ୟରେ ନିୟୋଜିତ ଥିବା ବେଳେ ଗୋଟିଏ ବାଇକ୍‌ରେ ୩ ଜଣ ବ୍ୟକ୍ତି ଯାଉଥିବା ବେଳେ ସେମାନଙ୍କୁ ଯାଞ୍ଚ କରିବାରୁ ତାଙ୍କ ନିକଟରୁ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିଲା। ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ରାଜେଶ ପୋଟାଇ, ଜଗତରାମ କୋବାଚି, ଲଛେନ ରାମ । ତାଙ୍କ ନିକଟରୁ ଓ୍ବାକିଟକି, ଡିଟୋନେଟର, ମେମୋରି କାର୍ଡ, ମାଓବାଦୀ ସାହିତ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି। ସହଯୋଗୀ ଏବଂ ମାଓବାଦୀଙ୍କୁ ବିସ୍ଫୋରକ ସାମଗ୍ରୀ ଯୋଗାଇବା କାର୍ଯ୍ୟରେ ନିୟୋଜିତ ଥିବା ଜଣାପଡିଛି। ରବିବାର ଗିରଫ ମାଓବାଦୀଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri