Posted inଖେଳ

ଦ୍ୱିତୀୟ ଦିବସରେ ଓଡ଼ିଶାକୁ ୬ ପଦକ

ଭୁବନେଶ୍ୱର, ୧୨।୬ (ତପନ ସ୍ବାଇଁ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମର ଆକ୍ୱାଟିକ୍‌ ସେଣ୍ଟରେ ଚାଲିଥିବା ୨ୟ ନ୍ୟାଶନାଲ ସୁଇମିଂ ର଼୍ୟାଙ୍କିଙ୍ଗ୍‌ ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିବସରେ ଓଡ଼ିଶା ପ୍ରତିଯୋଗୀମାନେ ୬ଟି ପଦକ ହାସଲ କରିଛନ୍ତି। ଏହା ମଧ୍ୟରେ ୨ ସ୍ବର୍ଣ୍ଣ, ୧ ରୌପ୍ୟ ଓ ୩ ବ୍ରୋଞ୍ଜ ସାମିଲ। ୧୦୦ ମିଟର ବ୍ରେଷ୍ଟ ଷ୍ଟ୍ରୋକ୍‌ରେ ମନ୍ନତା ମିଶ୍ର ୧:୧୪.୦୫ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିପରି ୧୦୦ ମିଟର ବଟରଫ୍ଲାଏରେ ସୃଷ୍ଟି ଉପାଧ୍ୟାୟ ୧:୦୩.୦୪ ସେକେଣ୍ଡ ସହିତ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଦିବ୍ୟଙ୍କା ପ୍ରଧାନ ୧୦୦ ମିଟର ବ୍ରେଷ୍ଟ ଷ୍ଟ୍ରୋକ୍‌ରେ ୧:୧୬.୦୧ ସେକେଣ୍ଡ ସହିତ ରୌପ୍ୟ ଓ ୧୦୦ ମିଟର ବଟରଫ୍ଲାଏରେ ୧:୦୭.୦୦ ସେକେଣ୍ଡ ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ୧୦୦ ମିଟର ଫ୍ରିଷ୍ଟାଇଲରେ ସୋନିଆ ପଟେଲ (୧:୦୧.୦୭) ଓ ୧୫୦୦ ମିଟର ଫ୍ରିଷ୍ଟାଇଲରେ ଅଭିନବ ସିଂ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହାକୁ ମିଶାଇ ପ୍ରତିଯୋଗିତାରେ ଓଡ଼ିଶା ପଦକ ସଂଖ୍ୟା ୧୧ରେ ପହଞ୍ଚତ୍ଛି। ପ୍ରଥମ ଦିବସରେ ଓଡ଼ିଶାକୁ ୫ ପଦକ ମିଳିଥିଲା।
୧୮ ବର୍ଷରୁ ଊର୍ଦ୍ଧ୍ୱ ମହିଳା ୨୦୦ ମିଟର ବଟରଫ୍ଲାଏରେ ସୃଷ୍ଟି ଉପାଧ୍ୟାୟ ସ୍ବର୍ଣ୍ଣ, ୧୮ ବର୍ଷରୁ କମ୍‌ ବାଳିକା ୨୦୦ ମିଟର ବଟରଫ୍ଲାଏରେ ଦିବ୍ୟଙ୍କା ଦିବ୍ୟଜ୍ୟୋତି ପ୍ରଧାନ ରୌପ୍ୟ, ୫୦ ମିଟର ବାଳିକା ବ୍ରେଷ୍ଟ ଷ୍ଟ୍ରୋକ୍‌ରେ ମନ୍ନତା ମିଶ୍ର ରୌପ୍ୟ ଓ ଦିବ୍ୟଙ୍କା ଦିବ୍ୟଜ୍ୟୋତି ପ୍ରଧାନ ବ୍ରୋଞ୍ଜ ଏବଂ ୧୮ ବର୍ଷରୁ ଊର୍ଦ୍ଧ୍ୱ ମହିଳା ୨୦୦ ମିଟର ଫ୍ରି ଷ୍ଟାଇଲରେ ପ୍ରତ୍ୟାଶା ରାୟ ରୌପ୍ୟ ପଦକ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?