ମାଙ୍କଡ ମାଂସ ଖାଉଥିବା ସମ୍ପ୍ରଦାୟର ୬ ଗିରଫ

ବୌଦ୍ଧ, ୩୦।୪: ମାଙ୍କଡ ଶିକାର ଅଭିଯୋଗରେ ବୌଦ୍ଧ ବନ ବିଭାଗ ଏକ ଶିକାରୀ ଦଳର ୬ଜଣଙ୍କୁ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସମ୍ବଲପୁର ଜିଲା ଜମନକିରା ଥାନା କଦଳୀପାଲି ଗ୍ରାମର ଚନ୍ଦ୍ର ହେମ୍ବ୍ରମ, ଜତ୍ରୁ ଲୁଗୁନ, ଦେବସାଙ୍ଗ ଲୁଗୁନ, ସୁନୀଲ ହେମ୍ବ୍ରମ, ସନାରାମ ଗୁଡଲା ଓ ବିଜୁ ଲୁଗୁନ। ଅଭିଯୁକ୍ତଙ୍କଠାରୁ ମାଙ୍କଡ ମାଂସ, ପାପୁଲି ଏବଂ ଗୋଡ ଜବତ କରାଯାଇଛି। ସମସ୍ତ ଅଭିଯୁକ୍ତଙ୍କୁ ଶନିବାର କୋର୍ଟ ଚାଲାଣ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ସମ୍ବଲପୁର ଜିଲା ଜମନକିରା ଥାନା କଦଳୀପାଲି ଗ୍ରାମର ଏହି ଶିକାରୀ ଦଳ ଜଙ୍ଗଲରୁ ଶିଆଳି ଲଇ ସଂଗ୍ରହ କରିବା ବାହାନାରେ ପ୍ରତିଦିନ ଜଙ୍ଗଲରୁ ମାଙ୍କଡ ଶିକାର କରୁଥିଲେ। ଶିକାର କରିବା ପରେ ମାଙ୍କଡ ମାଂସକୁ ଶୁଖାଇବା ସହ ଛାଲ ହାତ ପାପୁଲି ଆଦି ସଂଗ୍ରହ କରୁଥିଲେ। ମାଙ୍କଡିଆ ସମ୍ପ୍ରଦାୟର ଏହି ଶିକାରୀମାନେ ମାଙ୍କଡ ଶିକାର ପରେ ମାଂସକୁ ଶୁଖାଇ ରଖିବା ସହ ବର୍ଷତମାମ ଖାଇଥାନ୍ତି ବୋଲି ତଦନ୍ତ ବେଳେ ଜଣାପଡିଛି। କୌଣସି ସୂତ୍ରରୁ ଖବର ପାଇ ବୌଦ୍ଧ ବନ ବିଭାଗର ଏକ ଟିମ୍‌ ଶୁକ୍ରବାର ସକାଳୁ ବୌଦ୍ଧ ରେଞ୍ଜ ବଘିଆପଡା ସେକ୍ସନର ଜାମଖୋଲ ସଂରକ୍ଷିତ ଜଙ୍ଗଲ ଅଧୀନ କଡାମୁଣ୍ଡା ଗ୍ରାମ ନିକଟରେ ଅସ୍ଥାୟୀ ଶିବିର ପକାଇଥିବା ଶିକାରୀ ଗ୍ୟାଙ୍ଗ ଉପରେ ଚଢାଉ କରିଥିଲା। ଚଢାଉ ବେଳେ ସେମାନଙ୍କ ନିକଟରୁ ୧୦ କିଲୋ କଞ୍ଚାମାଂସ,୨ କିଲୋ ଶୁଖାମାଂସ, ୨୦ଟି ହାତ ପାପୁଲି, ୨୦ଟି ଗୋଡ, ୨ଟି ଟାଙ୍ଗିଆ ଓ ୧୧୦ କିଲୋ ଶିଆଳି ଲଇ ଜବତ କରାଯାଇଥିଲା। ଜିଲା ବନଖଣ୍ଡ ଅଧିକାରୀ ଯଶୋବନ୍ତ ସେଠୀଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢାଉ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri