ମରାମତିର ୬ ମାସରେ ଘେରିବନ୍ଧରେ ଗର୍ତ୍ତ

ପଟ୍ଟାମୁଣ୍ଡାଇ,୨୩ା୮(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲାର ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। କେନ୍ଦ୍ରାପଡ଼ା ଜଳସମ୍ପଦ ଡିଭିଜନ ଅଧୀନରେ ଥିବା ଇନ୍ଦୁପୁର-ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରି ବନ୍ଧ ମରାମତି ପାଇଁ ବିଭାଗ ପକ୍ଷରୁ ଗତ ମାର୍ଚ୍ଚରେ ୪୮ ଲକ୍ଷ ୯୪ ହଜାର ବ୍ୟୟରେ ଖାଲଖମା ମରାମତି ସହ ଉପର ପିଚୁ କାର୍ଯ୍ୟ ହୋଇଥିଲା। ମାତ୍ର ନିର୍ମାଣ ସରିବାର ୬ ମାସ ମଧ୍ୟରେ ରାସ୍ତାରୁ ପିଚୁ ଉଠିବା ସହ ସମ୍ପୂର୍ଣ୍ଣ ରାସ୍ତାରେ ଆଣ୍ଠୁଏ ଲେଖାଏ ଗର୍ତ୍ତ ସୃଷ୍ଟି ହୋଇ ଯାତାୟାତରେ ବାଧା ସୃଷ୍ଟି ହେଉଛି। ଏହାଦ୍ୱାରା ୬ ପଞ୍ଚାୟତର ୨୫ ହଜାର ଲୋକ ହନ୍ତସନ୍ତ ହେଉଛନ୍ତି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ଏ ସମ୍ପର୍କରେ ଜିଲା କଂଗ୍ରେସ ସାଧାରଣ ସମ୍ପାଦକ ଆଲୋକ ଧଳ କହନ୍ତି, ଚଉଦକୁଲାଟରୁ ଘାଘରା ଭିତରେ ୨ କି.ମି., ଚଉଦକୁଲାଟଠାରୁ ନୀଳକଣ୍ଠପୁର ଘେରି ପର୍ଯ୍ୟନ୍ତ ୨ କିମି ରାସ୍ତା ଓ ନୀଳକଣ୍ଠପୁରରୁ ପଟ୍ଟାମୁଣ୍ଡାଇ ବାଇପାସ୍‌ ପର୍ଯ୍ୟନ୍ତ ୩ କିମି ରାସ୍ତା ଖାଲଖମାରେ ପରିଣତ ହୋଇ ଯାତାୟାତରେ ବାଧା ସୃଷ୍ଟି ହେଉଥିଲା। ଏହାର ମରାମତି ପାଇଁ ସାଧାରଣରେ ଦାବି ହୋଇଥିଲା। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏହି ରାସ୍ତାର ମରାମତି ଲାଗି ପ୍ରଥମ ପର୍ଯ୍ୟାୟରେ ନୀଳକଣ୍ଠପୁର ପାଖରୁ ପଟ୍ଟାମୁଣ୍ଡାଇ ବାଇପାସ୍‌ ପର୍ଯ୍ୟନ୍ତ ୩ କିମି ରାସ୍ତାକୁ ୧୯ ଲକ୍ଷ ବ୍ୟୟରେ ଠିକାଦାରଙ୍କୁ ଟେଣ୍ଡର ମାଧ୍ୟମରେ କାର୍ଯ୍ୟାଦେଶ ଦିଆଯାଇଥିଲା। ପରେ ଦୁଇଟି ପର୍ଯ୍ୟାୟରେ ୪୮ ଲକ୍ଷ ୯୪ ହଜାର ଟଙ୍କା ମଞ୍ଜୁର ହୋଇଥିଲା। ଏଥିସହ ଗତ ୧୦ ବର୍ଷ ମଧ୍ୟରେ ଏହି ରାସ୍ତା ମରାମତି ପାଇଁ ପ୍ରାୟ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହୋଇଛି। କିନ୍ତୁ ରାସ୍ତା ଅବସ୍ଥାରେ ସୁଧାର ଆସୁ ନ ଥିବା ବେଳେ ଆଣ୍ଠୁଏ ଲେଖାଏ ଗର୍ତ୍ତ ସୃଷ୍ଟି ହୋଇ ଯାତାୟାତରେ ସମସ୍ୟା ହେଉଛି। ସେହିପରି ସାମାଜିକ କର୍ମୀ ବିଜୟ ଦାସ କୁହନ୍ତି, ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ନିମନ୍ତେ ଏହି ରାସ୍ତା ଲେଉଟିଆ କିଆରି ପାଲଟିଛି। ପ୍ରତିବର୍ଷ ଏହି ରାସ୍ତା ମରାମତି ଆଳରେ କାମକୁ ଅତି ନିମ୍ନମାନର କରାଯାଇ ଅର୍ଥ ହରିଲୁଟ୍‌ କରାଯାଉଛି ବୋଲି ଅଭିଯୋଗ ହେଉଛି। ପଟ୍ଟାମୁଣ୍ଡାଇ ବାଇପାସ୍‌ଠାରୁ ଷଣ୍ଢପଲ୍ଲୀ ପର୍ଯ୍ୟନ୍ତ ଜଳସମ୍ପଦ ବିଭାଗ ଅଧୀନରେ ଥିବା ୩ କିମିରେ ଗର୍ତ୍ତ ସୃଷ୍ଟି ହୋଇଛି। ଏହା ଏବେ ଯାତାୟାତ ଅନୁପଯୋଗୀ ହୋଇପଡ଼ିଛି। ଏହି ଘେରିବନ୍ଧ ଉପରେ ଇନ୍ଦୁପୁର ପାଖରୁ ପଟ୍ଟାମୁଣ୍ଡାଇ ପର୍ଯ୍ୟନ୍ତ ଲକ୍ଷାଧିକ ଲୋକ ନିର୍ଭର କରୁଛନ୍ତି। ଏହି ରାସ୍ତାକୁ ଜଳସମ୍ପଦ ବିଭାଗ ଉପର ଠାଉରିଆ ଭାବେ ମରାମତି କରୁଛି। ଏ ସମ୍ପର୍କରେ ସହ ନିର୍ବାହୀ ଯନ୍ତ୍ରୀ ପ୍ରଭାତ ସାହୁଙ୍କୁ ପଚାରିବାରେ ଏହି କାମ ସମ୍ପର୍କରେ ଅନୁଧ୍ୟାନ କରି ଏହାର ସମାଧାନ କରିବୁ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଗତ ୨ ବର୍ଷ ଧରି ଏହି ରାସ୍ତା ମରଣଯନ୍ତା ପାଲଟିଥିବା ବେଳେ ପ୍ରତିଦିନ ଛୋଟମୋଟ ଦୁର୍ଘଟଣା ଘଟି ଲୋକେ ଖଣ୍ଡିଆଖାବରା ହେଉଛନ୍ତି। ନୀଳକଣ୍ଠପୁର, ହାଟପାଟଣା, ନୂଆପାଟଣା, ଚନ୍ଦନପୁର ସମେତ ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ୬ଟି ପଞ୍ଚାୟତର ଦୈନିକ ୨୫ ହଜାରରୁ ଊଦ୍ଧର୍‌ବ ଲୋକ ନିର୍ଭର କରନ୍ତି। ଅନ୍ୟପକ୍ଷରେ ଉକ୍ତ ଅଞ୍ଚଳର ଏହା ଅନ୍ୟତମ ମୁଖ୍ୟରାସ୍ତା ହୋଇଥିବାରୁ ଏହା ଗୁରୁତ୍ୱ ବହନ କରୁଛି। ତେବେ ଏହି ରାସ୍ତାକୁ ଠିକ୍‌ ଢଙ୍ଗରେ ମରାମତି କରାଗଲେ ପଟ୍ଟାମୁଣ୍ଡାଇ ଓ କେନ୍ଦ୍ରାପଡ଼ା ଅଞ୍ଚଳର ଲକ୍ଷାଧିକ ଲୋକ ଉପକୃତ ହେବେ ବୋଲି ସାଧାରଣରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?