Posted inଜାତୀୟ

ଭାଜପା ଦଖଲରେ ଗୁଜରାଟର ୬ ପୌର ନିଗମ

ଅହମଦାବାଦ, ୨୪।୨ : ଗୁଜରାଟ ପୌର ନିର୍ବାଚନ ଭୋଟଗଣତି ମଙ୍ଗଳବାର ଜାରି ରହିଥିବାବେଳେ ଭାଜପା ୬ଟି ଯାକ ମହାନଗର ନିଗମ ଦଖଲ କରିଛି। ରାତି ୧୧ଟା ସୁଦ୍ଧା ମୋଟ୍‌ ୫୭୬ ଆସନ ମଧ୍ୟରୁ ଗୈରିକ ଦଳକୁ ୪୮୫ଟି ଆସନ ମିଳିଛି। କଂଗ୍ରେସକୁ ୪୧ ଆସନ ମିଳିଥିବାବେଳେ ପ୍ରଥମ ଥର ନିର୍ବାଚନ ଲଢ଼ିଥିବା ଆମ୍‌ ଆଦ୍‌ମୀ ପାର୍ଟିକୁ ୨୭ ଆସନ ମିଳିଛି। ଏଆଇଏମ୍‌ଆଇଏମ୍‌ ୭ ଏବଂ ବିଏସ୍‌ପି ୩ ଆସନରେ ବିଜୟୀ ହୋଇଛି। ଗତ ୨୧ ତାରିଖରେ ଅହମଦାବାଦ ସମେତ ୬ ମହାନଗର ନିଗମ ପାଇଁ ମତଦାନ ହୋଇଥିଲା। ଅହମଦାବାଦର ୧୯୨ ଆସନ ସମେତ ରାଜକୋଟର ୭୨, ଜାମନଗରର ୬୪, ଭାବନଗରର ୫୨, ବଡୋଦରାର ୭୬ ଏବଂ ସୁରଟର ୧୨୦ ଆସନ ଲାଗି ନିର୍ବାଚନ ହୋଇଥିଲା। ଭାଜପାର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଏବଂ ଉପମୁଖ୍ୟମନ୍ତ୍ରୀ ନୀତିନ ପଟେଲ ଭୋଟର ଏବଂ ଦଳୀୟ କର୍ମୀମାନଙ୍କୁ କୃତଜ୍ଞତା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ରାଜନୀତିର ବିଜୟ ବୋଲି ରୂପାନୀ କହିଛନ୍ତି। ସୁରଟରେ କଂଗ୍ରେସକୁ ପଛରେ ପକାଇ ଆମ୍‌ ଆଦ୍‌ମୀ ପାର୍ଟି ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?