ପାଟପୁରରୁ ୬ ଅଷ୍ଟଧାତୁ ମୂର୍ତ୍ତି ଚୋରି

ଧର୍ମଶାଳା,୧୩।୧୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ବଳଦେବଜୀଉ ମନ୍ଦିରରୁ ଚୋରି ହୋଇଛି। ଶୁକ୍ରବାର ରାତିରେ ଦୁର୍ବୃତ୍ତମାନେ ମନ୍ଦିର ଗେଟ୍‌ ତାଲା ଭାଙ୍ଗି ରାମକୃଷ୍ଣ, ମଦନମୋହନ, ରାଧା, ଲକ୍ଷ୍ମୀ ଓ ସରସ୍ବତୀ ଆଦି ୬ଟି ବିରଳ ଅଷ୍ଟଧାତୁ ମୂର୍ତ୍ତିକୁ ଲୁଟି ନେଇଛନ୍ତି। ଶନିବାର ସକାଳେ ମନ୍ଦିର ପୂଜକ ଧୀରେନ୍ଦ୍ର କୁମାର ଶତପଥୀ ମନ୍ଦିରରେ ପହଞ୍ଚତ୍ବା ପରେ ଗେଟ୍‌ ଚାବି ଭଙ୍ଗା ଯାଇଥିବା ଦେଖିଥିଲେ। ଭିତରକୁ ଯାଇ ଦେଖିବାବେଳେକୁ ଠାକୁରଙ୍କ ଆସ୍ଥାନରେ ଥିବା ଅଷ୍ଟଧାତୁ ମୂର୍ତ୍ତି ସେଠାରୁ ଗାଏବ ହୋଇଯାଇଥିଲା।
ସେ ସଙ୍ଗେସଙ୍ଗେ ମନ୍ଦିର ଟ୍ରଷ୍ଟ ବୋର୍ଡର କର୍ମକର୍ତ୍ତାଙ୍କୁ ଖବର ଦେଇଥିଲେ। ମନ୍ଦିର ପରିଚାଳନା କମିଟି କର୍ମକର୍ତ୍ତା ଓ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚତ୍ ଧର୍ମଶାଳା ପୋଲିସକୁ ଅବଗତ କରାଇଥିଲେ। ଥାନା ଅଧିକାରୀ ରାକେଶ କୁମାର ତ୍ରିପାଠୀ ସଦଳବଳ ପହଞ୍ଚତ୍ ସାଇଣ୍ଟିଫିକ୍‌ ଟିମ ସହାୟତାରେ ତଦନ୍ତ କରିଛନ୍ତି। ଚୋରି ମୂର୍ତ୍ତି ବହୁ ମୂଲ୍ୟବାନ ବୋଲି ଜଣାପଡ଼ିଛି। ୫ ଶହ ବର୍ଷର ଏହି ପୁରୁଣା ମନ୍ଦିରରୁ ଏଭଳି ଚୋରି ପ୍ରଥମ ବୋଲି ମନ୍ଦିର ପରିଚାଳନା କମିଟି ସଦସ୍ୟ ବିନୋଦ ଦାଶ କହିଛନ୍ତି। ଏନେଇ ଧର୍ମଶାଳା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri