ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ ସେଠାରେ ଫସିଥିବା ଅଭିଯୋଗ ହୋଇଛି। ଏକ ପ୍ଲାଏଉଡ୍ କାରଖାନାରେ କାମ କରୁଥିବା ଏହି ଶ୍ରମିକମାନେ ଏବେ ଭୋକ ଉପାସରେ ବନ୍ଦୀ ଭାବେ ଜୀବନ କାଟୁଛନ୍ତି। ସେମାନଙ୍କୁ ସୁରକ୍ଷିତ ଭାବେ ଓଡ଼ିଶା ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ଆକୁଳ ନିବେଦନ କରିଛନ୍ତି।

ଗତ ବର୍ଷ ଅଗଷ୍ଟ ମାସରେ ମାସିକ ୨୫,୦୦୦ ଟଙ୍କା ଦରମା ସହ ରହିବା ଓ ଖାଇବା ସୁବିଧା ମିଳିବାର ପ୍ରତିଶ୍ରୁତି ପାଇ ଏମାନେ ଥାଇଲ୍ୟାଣ୍ଡ ଯାଇଥିଲେ। ତେବେ ଗତ ୪ ମାସ ହେବ ସେମାନଙ୍କୁ କୌଣସି ମଜୁରୀ ଦିଆଯାଇ ନାହିଁ। ମାଲିକ ସେମାନଙ୍କ ପାସପୋର୍ଟ ଛଡ଼ାଇ ରଖିଥିବା ବେଳେ ବକେୟା ଦରମା ମାଗିଲେ ପୋଲିସ ଦ୍ୱାରା ଗିରଫ କରାଇବାର ଧମକ ଦେଉଛନ୍ତି।

ଗତ ୪ ଦିନ ହେବ ସେମାନଙ୍କୁ ଖାଦ୍ୟ ଯୋଗାଣ ବନ୍ଦ କରିଦିଆଯାଇଛି। ବାହାର ଦୁନିଆ ସହ ଯୋଗାଯୋଗ ବିଚ୍ଛିନ୍ନ କରିବା ପାଇଁ ୱାଇଫାଇ (WiFi) ସଂଯୋଗ କାଟି ଦିଆଯାଇଥିଲେ ହେଁ, ଶ୍ରମିକମାନେ ଅନ୍ୟମାନଙ୍କଠାରୁ ଇଣ୍ଟରନେଟ୍ ସାହାଯ୍ୟ ନେଇ ଏହି ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।

ଏହି ଶ୍ରମିକମାନେ ହେଲେ କେନ୍ଦ୍ରାପଡ଼ା ଜିଲା ରାଜକନିକା ଅଞ୍ଚଳର ଯଶୋବନ୍ତ ସାହୁ, ଜୟନ୍ତ ମଲିକ, ପ୍ରଶାନ୍ତ ରାଉତ, ହେମନ୍ତ କୁମାର ବେହେରା, ବିଜୟ ସ୍ୱାଇଁ ଏବଂ ଭଦ୍ରକ ଚାନ୍ଦବାଲି ଅଞ୍ଚଳର ମନୋରଞ୍ଜନ ସାହୁ।

ସୂଚନାଯୋଗ୍ୟ ଯେ, ୨୦୨୪ ମସିହାରେ ମଧ୍ୟ କେନ୍ଦ୍ରାପଡ଼ା ଜିଲ୍ଲାର ୧୨ ଜଣ ଶ୍ରମିକ ଥାଇଲ୍ୟାଣ୍ଡର ଏକ ପ୍ଲାଏଉଡ୍ କାରଖାନାରେ ଏଭଳି ନିର୍ଯାତନାର ଶିକାର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri