ରୁଷିଆ-ୟୁକ୍ରେନ ଯୁଦ୍ଧ ବିଷୟରେ ଟିକେ ବି ଜାଣିନାହାନ୍ତି ଏହି ୬ ବ୍ୟକ୍ତି

ମସ୍କୋ,୩ା୩: ୨୦୨୨ ଫେବୃୟାରୀରେ ତୃତୀୟ ବିଶ୍ୱଯୁଦ୍ଧର ଝଲକ ଦେଖାଇଛି ରୁଷିଆ। ୟୁକ୍ରେନ ଉପରେ ଘନଘନ ଆକ୍ରମଣ କରିଚାଲିଛି। ଏଥିରେ ୟୁକ୍ରେନର ଅନେକ ଲୋକ ପ୍ରାଣ ହରାଇ ସାରିଲେଣି। ବର୍ତ୍ତମାନ ପରିସ୍ଥିତି ଏପରି ହୋଇଛି ଯେ, ୟୁକ୍ରେନର ବାହାରେ ଥିବା ଲୋକମାନେ ଯଥାଶୀଘ୍ର ଦେଶ ଛାଡ଼ି ନିଜ ଦେଶକୁ ଫେରିବାକୁ ଚେଷ୍ଟା କରୁଛନ୍ତି। ଏହି ଛୋଟ ଦେଶ ଉପରେ ରୁଷିଆ ଧ୍ୱଂସ କରିବା ଆରମ୍ଭ କରିଛି। ଏହି ଯୁଦ୍ଧ ବିଷୟରେ ସମସ୍ତେ ଅବଗତ ଥିବାବେଳେ ସମସ୍ତେ ଏହାକୁ ନେଇ ଅନେକ ଆଲୋଚନା, ପର୍ଯ୍ୟାଲୋଚନା, ସମାଲୋଚନା କରୁଛନ୍ତି। ମାତ୍ର ବିଶ୍ୱରେ ୬ ଜଣ ଲୋକ ଅଛନ୍ତି, ଯେଉଁମାନେ ରୁଷିଆରେ ଥାଇ ବି ଏହି ଯୁଦ୍ଧ ବିଷୟରେ ଜାଣି ନାହାନ୍ତି। ଏହି ୬ ଜଣ ନାସା ଦଳରେ ଜଡ଼ିତ ଅଛନ୍ତି। ଗତ ୮ ମାସ ଧରି ମସ୍କୋରେ ଏକ କ୍ୟାପସୁଲରେ ପରୀକ୍ଷା ପାଇଁ ବନ୍ଦ ହୋଇ ରହିଛନ୍ତି।

କୁହାଯାଉଛି, ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଷୟରେ ବିଶ୍ୱର ଏହି ୬ ଜଣ ଲୋକ ଅବଗତ ନୁହନ୍ତି। ଗତ ସପ୍ତାହରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କ ଦେଶର ସୈନ୍ୟବାହିନୀକୁ ୟୁକ୍ରେନ ଉପରେ ଆକ୍ରମଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ୟୁକ୍ରେନର ଲୋକମାନେ ପ୍ରତିଦିନ ଏୟାର ଷ୍ଟ୍ରାଇକ୍‌ ଯୋଗୁ ପ୍ରାଣ ହରାଉଛନ୍ତି। କିନ୍ତୁ ନାସା ଏବଂ ରୁଷିଆର ସ୍ପେସ ପ୍ରୋଗ୍ରାମର ମେମ୍ବରଙ୍କୁ ଏହି ଯୁଦ୍ଧ ବିଷୟରେ କୌଣସି ସୂଚନା ନାହିଁ।

ନାସାର ଏହି ବୈଜ୍ଞାନିକ ଗୋଷ୍ଠୀ ନଭେମ୍ବର ୨୦୨୧ରୁ ଗବେଷଣା ପାଇଁ ଏକ ଏହି ପ୍ରୋଗ୍ରାମର ନାମ SIRIUS -21 ରଖାଯାଇଛି। ଏହି ସ୍ପେସ ମିଶନ ପାଇଁ ଦଳ ଆଠ ମାସ ପର୍ଯ୍ୟନ୍ତ ସମଗ୍ର ବିଶ୍ୱରୁ ବିଚ୍ଛିନ୍ନ ରହିବେ। ଏହି ୬ ଜଣଙ୍କ ମଧ୍ୟରେ ଏମିରେଟ୍ସର ଜଣେ, ଦୁଇ ଜଣ ଆମେରିକୀୟ ଏବଂ ୩ ଜଣ ରୁଷିଆନ ଅଛନ୍ତି। ସମସ୍ତେ ଜୁନ୍‌ରେ କ୍ୟାପସୁଲରୁ ବାହାରିବେ।

ଯୁଦ୍ଧ ବିଷୟରେ ସେମାନଙ୍କୁ ନ ଜଣାଇବାର କାରଣ ସେମାନଙ୍କ ମଧ୍ୟରେ ଯୁଦ୍ଧକୁ ନେଇ ଚିନ୍ତା ନ ବଢୁ। ନଚେତ୍‌ ଗବେଷଣାରେ ବ୍ୟାହତ ଘଟିବ। ଏହି ଦୃଷ୍ଟିରୁ ସେମାନଙ୍କୁ ୮ ମାସ ବାହ୍ୟ ଜଗତରୁ ବିଚ୍ଛିନ୍ନ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଣସେଚିତ ଜମି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବରି; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

ଚମ୍ପତ ରାୟଙ୍କୁ କ୍ଲିନ୍‌ଚିଟ୍‌: ପ୍ରସାଦ ଚୋରି ଘଟଣାରେ ଆସିଲା SIT ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତ ଦଳ (SIT)ର ଚୂଡ଼ାନ୍ତ ରିପୋର୍ଟ ପ୍ରକାଶ ପାଇଛି। ପୂର୍ବତନ ମହାସଚିବ ଚମ୍ପତ…

ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା,…

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri