୬ ପାସେଞ୍ଜର ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଭୁବନେଶ୍ୱର ଷ୍ଟେଶନ ପାଖରେ ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହେବା ପରେ ଟ୍ରେନ୍‌ ଚଳାଚଳ ପ୍ରଭାବିତ ହୋଇଛି। ଫଳରେ ଉଭୟ ପଟର ୬ଟି ଟ୍ରେନ୍‌ ବାତିଲ କରିଛି ପୂର୍ବତଟ ରେଳ ବିଭାଗ। ଭୁବନେଶ୍ୱର-ହାଓଡ଼ା, ଭୁବନେଶ୍ୱର-ବଲାଙ୍ଗିର, ପୁରୀ-ପାରାଦୀପ, ପୁରୀ-ବଡ଼ବିଲ, ତାଳଚେର-ପୁରୀ ଓ ପାରାଦୀପ-କଟକ ପାସେଞ୍ଜର ଟ୍ରେନ ବାତିଲ କରାଯାଇଛି। ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଥିଲେ ମଧ୍ୟ ଏହି ୬ଟି ପାସେଞ୍ଜର ଟ୍ରେନ ଚଳାଚଳ ବାତିଲ ରହିଛି।
ସୂଚନାଯୋଗ୍ୟ, ସୋମବାର ରାତି ପ୍ରାୟ ୮ଟା ୩୫ ସମୟରେ ଭୁବନେଶ୍ୱର ଷ୍ଟେଶନ ପାଖରେ ଏକ ମାଲବାହୀ ଟ୍ରେନ ଲାଇନ୍‌ଚ୍ୟୁତ ହୋଇଥିଲା। ଚକ୍ରଧରପୁରରୁ ବିଜୟନଗରମ ଯାଉଥିବା ସିମେଣ୍ଟ ବୋଝେଇ ମାଲବାହୀ ଟ୍ରେନ୍‌ର ୫ଟି ବଗି ଟ୍ରାକ୍‌ ତଳକୁ ଯାଇଥିଲା। ଫଳରେ ଟ୍ରାକ ଓ ଇଲେକ୍ଟ୍ରିକ୍‌ ଲାଇନ କ୍ଷତିଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ରେଲୱେ ଅଧିକାରୀ ଏବଂ କର୍ମଚାରୀ ପହଞ୍ଚି ମରାମତି କାର୍ଯ୍ୟ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri