ହସ୍ପିଟାଲରେ ୬ ରୋଗୀ ମୃତ୍ୟୁ ଘଟଣା: କଲେଜ ଅଧୀକ୍ଷକଙ୍କୁ ଭେଟିଲା ବିଜେଡି ଟିମ୍‌

କୋରାପୁଟ,୭ା୬(ଅମିତାଭ ବେହେରା): ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଆଇସିୟୁ ବେଡ୍‌ରେ ମଙ୍ଗଳବାର ୬ ରୋଗୀଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଶନିବାର ଜିଲା ବିଜେଡି ଟିମ୍‌ ଜିଲା ସଭପତି ଝିନ ହିକ୍‌କାଙ୍କ ନେତୃତ୍ୱରେ ଜିଲା ପରିଷଦ ଅଧ୍ୟକ୍ଷା ସସ୍ମିତା ମେଲେକା କୋରାପୁଟ ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ପୂର୍ବତନ ପଟାଙ୍ଗୀ ପ୍ରୀତମ ପାଢ଼ୀ ପୂର୍ବତନ କୋରାପୁଟ ବିଧାୟକ ରଘୁରାମ ପଡାଲ, ପୂର୍ବତନ ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନୀ, ଦଳର ପୂର୍ବତନ ଏମ୍‌ପି ପ୍ରାର୍ଥିନୀ କୌଶଲ୍ୟା ହିକ୍‌କା ଶନିବାର ମେଡିକାଲ କଲେଜ ଅଧୀକ୍ଷକ ଡ. ସୁଶାନ୍ତ କୁମାର ସାହୁଙ୍କୁ ଭେଟି ଘଟଣା ସମ୍ପର୍କରେ ପଚାରି ବୁଝିବା ସହ ବର୍ତ୍ତମାନ ତଦନ୍ତ ଅଗ୍ରଗତି ଉପରେ ଜାଣିବାକୁ ଚାହିଁଥିଲେ। ତା’ ସହିତ ରୋଗୀଙ୍କ ଚିକିତ୍ସା ଉପରେ ଗୁରୁତ୍ୱ ଦେବା ସହ ରୋଗୀ କିପରି ଉତ୍ତମ ସେବା ପାଇପାରିବ ସେଥିପାଇଁ କର୍ତ୍ତ୍ୟପକ୍ଷଙ୍କୁ ପରାମର୍ଶ ଦେଇଥିଲେ। ଏହା ପରେ ମୃତକଙ୍କ ପରିବାରଙ୍କୁ ଭେଟି ଦେଇଥିଲେ। ଏହି ଘଟଣା ପରେ ରାଜନୀତିକ ମାଇଲେଜ୍‌ ନେବା ପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରତିଯୋଗିତା ଆରମ୍ଭ ହୋଇଯାଇଥିବା ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ଅପରପକ୍ଷେ ଉକ୍ତ ଘଟଣାକୁ ନେଇ ଗତକାଲି ରାତିରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି ଡକ୍ଟର ଓ ନର୍ସଙ୍କୁ କ୍ଲିନ୍‌ ଚିଟ୍‌ ଦେଇଥିବା ବେଳେ ବର୍ତ୍ତମାନ ଡିଏମଇଇଟିର ଦୁଇଟି ଟିମ୍‌ ଦ୍ୱାରା ଚାଲିଥିବା ତଦନ୍ତକୁ ଏହା ପ୍ରଭାବିତ କରିବନି ତ ବୋଲି ରାଜନୀତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri