ଖଣ୍ଡିଆଗୁଡ଼ାରେ ୧୩ ଦିନରେ ୬ ଜଣଙ୍କ ମୃତ୍ୟୁ

ତେନ୍ତୁଳିଖୁଣ୍ଟି,୧୨୧୦(ଡି.ଏନ୍‌.ଏ.):  ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ସଦର ପଞ୍ଚାୟତ ଅନ୍ତର୍ଗତ ଖଣ୍ଡିଆଗୁଡ଼ା ଗ୍ରାମ ପରଜା ସାହିରେ ୧୩ ଦିନ ମଧ୍ୟରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ସେପ୍ଟେମ୍ବର ୨୯ରେ ପ୍ରଥମେ ଚନ୍ଦ୍ରମା ଜାନିଙ୍କ ମୃତ୍ୟୁ ଘଟିଥିଲା। ପରେ ଅକ୍ଟୋବର ୧ ରେ ଗୋରୀ ଜାନି, ୫ ରେ କୁସ୍‌ମତି ଜାନି, ୯ ରେ ସୋନୁ ଜାନି ଏବଂ ମଙ୍ଗଳବାର ବୁଦାଇ ଜାନିଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଅତ୍ୟଧିକ ମଦ୍ୟପାନ କାରଣରୁ ମୃତ୍ୟୁ ହେଉଥିବା ସନ୍ଦେହ କରାଯାଉଛି। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା ଗାଁରେ ୬ ଜଣଙ୍କ ମୃତ୍ୟୁ ଘଟିଥିଲେ ମଧ୍ୟ ପ୍ରଶାସନ କିମ୍ବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିନାହିଁ। ମୃତ୍ୟୁର କାରଣ ବିଷାକ୍ତ ମଦ ନାଁ ଅନ୍ୟ କିଛି ତାହାର ତଦନ୍ତ ନ କରି ସ୍ବାସ୍ଥ୍ୟ ଟିମ୍‌ କେବଳ ମଦ ନ ପିଇବାକୁ ଗାଁରେ ସଚେତନ କରି କାମ ସାରିଦେଇଛି। ଅନ୍ୟପକ୍ଷରେ ମୃତ୍ୟୁକୁ ନେଇ ଗ୍ରାମବାସୀ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହେଉଛନ୍ତି। ଗାଁରେ ଥିବା ଦେବୀ, ଦେବତାଙ୍କ ପୂଜାବିଧି ଠିକ୍‌ରେ ହେଉ ନ ଥିବାରୁ ଏଭଳି ଘଟୁଥିବା ମନରେ ଘର କଲାଣି। ତେଣୁ ବୈଠକ କରି ଗଁାକୁ ଭଲ ଦିଶାରି ଆଣି ପୂଜା କରିବାକୁ ଗ୍ରାମବାସୀ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ପରଜାସାହିରେ ୬୦ ପରିବାର ବସବାସ କରୁଛନ୍ତି। ଦୁଇଦିନ ବ୍ୟବଧାନରେ ଲୋକଙ୍କ ମୃତ୍ୟୁ ଘଟିବା ଗାଁରେ ଭୟର ବାତାବରଣ ସୃଷ୍ଟି କରିଛି। ସୋମବାର ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ଗାଁକୁ ଯାଇ ଲୋକଙ୍କୁ ମଦ ନ ପିଇବା ପାଇଁ ସଚେତନ କରି ଫେରିଛି। ମଙ୍ଗଳବାର ସ୍ଥାନୀୟ ସରପଞ୍ଚ ଶୋଭା ନାୟକ, ପିଇଓ ଏବଂ ସମିତିସଭ୍ୟା ମଧୁସ୍ମିତା ପାଣିଗ୍ରାହୀ ଗାଁକୁ ଯାଇ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ଟଙ୍କା ଦେଇ କାମ ସାରିଥିବା ଜଣାପଡ଼ିଛି। ଶୀଘ୍ର ପ୍ରଶାସନ ନ ଚେତିଲେ ଏବଂ ମୃତ୍ୟୁର କାରଣ ନ ଖୋଜିଲେ ଗାଁରେ ଅନ୍ଧବିଶ୍ୱାସର ପରିଣତି ମଧ୍ୟ ଭୟଙ୍କର ହେବା ଆଶଙ୍କା ରହିଥିବା ନେଇ ବୁଦ୍ଧିଜୀବୀ ଚିନ୍ତା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri