ଆମ୍ବ ଟାକୁଆ ଖାଇ ଜୀବନମରଣ ସହ ସଂଗ୍ରାମ କରୁଛନ୍ତି ୬ ବ୍ୟକ୍ତି: ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଆରମ୍ଭ

ଦାରିଙ୍ଗବାଡି, ୧।୧୧ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାରଙ୍କ ପରିବାର ଓ ସ୍ବାସ୍ଥ୍ୟ ବିଭାଗର ମନ୍ତ୍ରୀ। ସେପଟେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଜିଲା ଓ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି। ସେହିପରି ବ୍ରହ୍ମପୁର ନେବା ବାଟରେ ମୃତ୍ୟୁବରଣ କରିଥିବା ଦିବ୍ୟାଙ୍ଗ ଯୁବତୀ ରୁନୁ ମାଝୀଙ୍କ ବ୍ରାହ୍ମଣୀଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଛେଦ ପାଇଁ ନିଆଯାଇଛି।

ଦାରିଙ୍ଗବାଡି ତହସିଲଦାର ଶରତ ଶବର, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ପ୍ରମୁଖ ଘଟନସ୍ଥଳରେ ଉପସ୍ଥିତ ଅଛନ୍ତି। ବିଡ଼ିଓ ପ୍ରୀତିରଞ୍ଜନ ରଥ ମଧ୍ୟ ଘଟଣାର ତଦନ୍ତ କରି ଫେରିଛନ୍ତି। ସେ ଏହାର ରିପୋର୍ଟ ଜିଲାପାଳଙ୍କ ନିକଟକୁ ପଠାଇବି ବୋଲି କହିଛନ୍ତି। ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିବାବେଳେ କେଉଁ ପରିସ୍ଥିତିରେ ଆମ୍ବ ଟାକୁଆ ଖାଇଲେ ଖାଦ୍ୟ ଅଭାବ ଏହାର ମୁଖ୍ୟ କାରଣ ନା ପାରମ୍ପରିକ ଖାଦ୍ୟ ବୋଲି ଖାଇଛନ୍ତି ସେ ନେଇ ପ୍ରଶାସନ ତଦନ୍ତ କରୁଛି।

ପ୍ରକାଶ ଯେ, ଗତ ୨୯ରେ ୬ଟି ପରିବାରର ୮ ଜଣ ଆମ୍ବ ଟାକୁଆକୁ ଜାଉ କରି ଖାଇଥିଲେ ଏବଂ ତା ପରଦିନ ମଧ୍ୟ ଉକ୍ତ ବାସି ଆମ୍ବ ଟାକୁଆକୁ ପୁନର୍ବାର ଖାଇଥିଲେ। ଫଳରେ ଖାଦ୍ୟ ଖାଇବା ପରେ ସେମାନଙ୍କୁ ପ୍ରଥମେ ବାନ୍ତି ହୋଇଥିଲା ସମସ୍ତ ଗୁରୁତରଙ୍କୁ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ହେଲେ ବ୍ରହ୍ମପୁର ସ୍ବାସ୍ଥ୍ୟକେନ୍ଦ୍ରରେ ମାଣ୍ଡିପଙ୍କା ଗ୍ରାମ ଦଡାସାହିର ରମିତା ପାଟମାଝିଙ୍କ ମୃତ୍ୟୁ ହୋଇଥିବାବେଳେ ବାଟରେ ରୁନୁ ମାଝୀଙ୍କ ମୃତ୍ୟୁ ଘଟିଥିଲା। ପ୍ରଭାତୀ ପାଟମାଝି,ଡ୍ରେଙ୍ଗାଲୁ ପାଟମାଝି,ଟୁନି ମାଝୀ,ସୁଷମା ପାଟମାଝି, ଜିତା ମାଝି ଏବଂ ଜୀବନ୍ତି ମାଝି ମଧ୍ୟ ଗୁରୁତର ରହିଥିବା ବେଳେ ଜିତାଙ୍କୁ ଅଧିକା ଚିକିତ୍ସା ପାଇଁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ଚିକିତ୍ସା ନିକଟରେ ଥିବା ଗଦାପୁର ସରପଞ୍ଚ କୁମାରୀ ମଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri