ବାଲେଶ୍ୱରରୁ ୬ଜଣ କରିବେ ପ୍ଲାଜମା ଦାନ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୮।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ବିଭିନ୍ନ ବ୍ଲକରୁ କରୋନା ଆକ୍ରାନ୍ତରୁ ସୁସ୍ଥ ହୋଇଥିବା ୬ଜଣ ବ୍ୟକ୍ତି ପ୍ଲାଜମା ଦାନ ପାଇଁ ଶୁକ୍ରବାର କଟକରେ ପାନ୍ଥନିବାସରେ ପହଞ୍ଚତ୍ଛନ୍ତି। ସେଠାରେ ତାଙ୍କୁ ପର୍ଯ୍ୟଟନ ଓ ସାଂସ୍କୃତିକ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସେମାନଙ୍କୁ ସ୍ବାଗତ କରିବା ସହ ସମ୍ବର୍ଦ୍ଧନା ଜଣାଇ ଉକ୍ତ ୬ଜଣଙ୍କୁ ଆଣ୍ଟିବଡ଼ି ଟେଷ୍ଟ ପାଇଁ କଟକ ଏସ୍‌ସିବି ମେଡ଼ିକାଲକୁ ପଠାଇଛନ୍ତି। ଶନିବାର ସେମାନଙ୍କଠାରୁ ପ୍ଲାଜମା ସଂଗ୍ରହ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
କରୋନା ମହାମାରୀ ସମଗ୍ର ବିଶ୍ୱକୁ କବଳିତ କରିଥିବା ବେଳେ ଏହାର ନିରାକରଣ ଲାଗି କୌଣସି ଔଷଧ ବା ଭ୍ୟାକ୍‌ସିନ ବାହାରିନାହଁି। ଏହାର ଚିକିତ୍ସା କେବଳ ପ୍ଲାଜମା ଥେରାପି ମାଧ୍ୟମରେ ସଫଳ ହେଉଛି ା ଫଳରେ ପ୍ଲାଜମା ଦାନ ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ। ପରେ ବାଲେଶ୍ୱର ଜିଲା ଦାୟିତ୍ୱରେ ଥିବା ମନ୍ତ୍ରୀ ପାଣିଗ୍ରାହୀଙ୍କ ଅନୁରୋଧକ୍ରମେ ଶୁକ୍ରବାର ଜିଲାର ନୀଳଗିର, ବାଲିଆପାଳ, ଭୋଗରାଇ ବ୍ଲକରୁ ଜଣେ ଲେଖାଏଁ ଏବଂ ଜଳେଶ୍ୱର ବ୍ଲକରୁ ୩ଜଣ ପ୍ଲାଜମା ଦାନ ପାଇଁ ବାଲେଶ୍ୱର ସର୍କିଟ ହାଉସ୍‌ରେ ଏକତ୍ରିତ ହୋଇ କଟକ ଅଭିମୁଖେ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?